ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି । ୧୫ ଦିନ ବଦଳରେ ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଠାକୁର ନବଯୌବନ ହେବେ ସତ କିନ୍ତୁ ଦର୍ଶନ ମିଳିବନି । ସମୟ ଅଭାବ ଓ ନୀତି ଶୃଙ୍ଖଳା […] The post ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ appeared first on Dharitri Odia News.

ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ

ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି । ୧୫ ଦିନ ବଦଳରେ ୧୩ ଦିନ ଅଣସରରେ ରହିବେ ଶ୍ରୀଜିଉ । ଠାକୁର ନବଯୌବନ ହେବେ ସତ କିନ୍ତୁ ଦର୍ଶନ ମିଳିବନି । ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତିି ନିଆଯାଇଥିବା ଜଣାପଡିଛି । ଯାହାକୁ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି ।

ଗୋଟିଏ ଦିନରେ ନେତ୍ରୋତ୍ସବ, ପହଣ୍ଡି ଲାଗି ସେନାପଟା ଓ କୁସୁମି ଲାଗି ଥିବାରୁ ସେବାୟତ ଚିନ୍ତାରେ ପଡିଛନ୍ତି । ଏଭଳି ସ୍ଥିତିରେ ଗୋଟିଏ ଦିନରେ ରଥଯାତ୍ରା କରିବା ସମ୍ଭବ ନୁହେଁ ବୋଲି ମତ ଦେଇଛନ୍ତି ସେବାୟତ । ତେଣୁ ୧୯୭୧ ମସିହା ଆଧାରରେ ନୀତିକାନ୍ତି କରିବାକୁ ଯୋଜନା କରାଯାଉଛି । ଚଳିତ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଦୁଇଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି ।

The post ଏଥର ଦୁଇ ଦିନ ହେବ ଗୁଣ୍ଡିଚା ଯାତ୍ରା, ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଣ୍ଟ appeared first on Dharitri Odia News.