ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାତେଇଲେ ମୟୂରଭଞ୍ଜର ଛାତ୍ରୀ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଦ୍ରୌପଦୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା। ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପାଇଲେ ପ୍ରଥମ ସ୍ଥାନ।... The post ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାତେଇଲେ ମୟୂରଭଞ୍ଜର ଛାତ୍ରୀ appeared first on .
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର ଦ୍ରୌପଦୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀଙ୍କ ସଫଳତା। ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପାଇଲେ ପ୍ରଥମ ସ୍ଥାନ। ଜାନୁଆରୀ ୨୧ ଓ ୨୨ ଦୁଇଦିନ ବ୍ୟାପୀ ନୂଆଦିଲ୍ଲୀ ସ୍ଥିତ ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଆୟୋଜିତ ହୋଇଥିଲା ପ୍ରତିଯୋଗିତା। ପାଇପ ବ୍ୟାଣ୍ଡ ବାଳିକା ବିଭାଗରେ ଅଂଶଗ୍ରହଣ କରି ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି ଦ୍ରୌପଦୀ ବାଳିକା ଉଚ୍ଚ ବିଦ୍ୟାଳୟ।
ଉଦଯାପନୀ ଉତ୍ସବରେ ବିଜୟ ଟ୍ରଫି ସହ ମାନପତ୍ର ଓ ଅର୍ଥରାଶି ପୁରସ୍କାର ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ସଚିବ ସଞ୍ଜୟ କୁମାର ଯୋଗ ଦେଇ ପିଲାଙ୍କୁ ଉତ୍ସାହିତ କରିଥିଲେ। ଏହି ସଫଳତା ପାଇଁ ପିଲାଙ୍କୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ଏଶ୍ବଥି ଏସ୍ ଓ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା।
ଗତ ନଭେମ୍ବର ୧୬ ତାରିଖରେ ରାଜ୍ୟସ୍ତରରେ ଆୟୋଜିତ ବ୍ୟାଣ୍ଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ ଛାତ୍ରୀ। ଭୁବନେଶ୍ବର ୟୁନିଟ ୯ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ୨୨ ଡିସେମ୍ବରରେ ପୂର୍ବ ଜୋନ ସ୍ତରୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଜାତୀୟ ସ୍ତରରେ ପ୍ରଦର୍ଶନ କରିବା ପାଇଁ ମନୋନିତ ହୋଇଥିଲେ। ଏହି ସଫଳତା ପାଇଁ ଆବଶ୍ୟକ ସହଯୋଗ ଯୋଗାଇ ଦେଇଥିବାରୁ ରାଜ୍ୟ ସରକାର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଧନ୍ୟବାଦ ଜଣାଇଛନ୍ତି ବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମକର୍ତ୍ତା।
The post ଜାତୀୟ ଆନ୍ତଃବିଦ୍ୟାଳୟ ବ୍ୟାଣ୍ଡ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାତେଇଲେ ମୟୂରଭଞ୍ଜର ଛାତ୍ରୀ appeared first on .