ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ୨ ଟି ଶିବିରରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ମୋଟ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇଛି ସେମାନଙ୍କ ମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୫୨ ଜଣଙ୍କ ମଧ୍ୟରୁ ୫୭ ଜଣଙ୍କୁ ଚଷମା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଅଧିକା […] The post ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା appeared first on Dharitri Odia News.
ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବ୍ଲକ ସ୍ତରୀୟ ଚକ୍ଷୁ ଚିକିତ୍ସା ଶିବିର ବୁଧବାର ଓଡିଶା ଆଦର୍ଶ ବିଦ୍ୟାଳୟ ଓ ରାପଡାବାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ୨ ଟି ଶିବିରରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ମୋଟ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା କରାଯାଇଛି ସେମାନଙ୍କ ମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୫୨ ଜଣଙ୍କ ମଧ୍ୟରୁ ୫୭ ଜଣଙ୍କୁ ଚଷମା ପ୍ରଦାନ କରାଯାଇଥିବା ବେଳେ ୬ ଜଣଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ ଚିକିତ୍ସା କରୁଥିବା ଡାକ୍ତର ପରାମର୍ଶ ଦେଇଛନ୍ତି।
ସେହିପରି ରାପଡାବାଡି ବିଦ୍ୟାଳୟରେ ଚାଲିଥିବା ଶିବିରରେ ମୋଟ ୧୫୬ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ୩୭ ଜଣଙ୍କୁ ଚଷମା ପ୍ରଦାନ କରାଯିବା ସହ ଜଣଙ୍କୁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ଡାକ୍ତର ପଠାଇଛନ୍ତି। ଶିବିରକୁ ଗୋଷ୍ଠି ସମ୍ବଳ ଶିକ୍ଷକ ମାନସ କୁମାର ଷଡ଼ଙ୍ଗୀ, ରଶ୍ମିତା ଷଡ଼ଙ୍ଗୀ ପରିଚାଳନା କରିଥିଲେ। ସୁବାଶିଷ ପଣ୍ଡା,ସନ୍ତୋଷ କୁମାର ବରାଡ,ଜି. ଚକ୍ରବର୍ତ୍ତୀ,ଅର୍ଚ୍ଚନା ସ୍ୱାଇଁ ପ୍ରମୁଖ ଚକ୍ଷୁ ପରୀକ୍ଷା କରିଥିଲେ।
The post ଦାରିଙ୍ଗବାଡିରେ ଚକ୍ଷୁ ଚିକିତ୍ସା ଶିବିର: ଦୁଇଟି ଶିବିରରେ ୩୦୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା appeared first on Dharitri Odia News.