ନୂଆ ସରକାରରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ଵର: ଶପଥ ଗ୍ରହଣର  ତିନି ଦିନ ପରେ ମୋହନ ମାଝୀ ସରକାରଙ୍କ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ହୋଇଛି। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକ ସଂପର୍କ ରଖିଛନ୍ତି। ଏହା ସହିତ ଅର୍ଥ , ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ମଧ୍ୟ ନିଜ ପାଖରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ। କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ତାକୁ ନେଇ କଳ୍ପନା ଜଳ୍ପନା ଜାରି ରହିଥିଲା। ଏହା ଉପରେ ଆଜି ପୂର୍ଣ୍ଣଛେଦ ପଡ଼ିଛି। ତେବେ […] The post ନୂଆ ସରକାରରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ appeared first on Odisha.News.

ନୂଆ ସରକାରରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ଵର: ଶପଥ ଗ୍ରହଣର  ତିନି ଦିନ ପରେ ମୋହନ ମାଝୀ ସରକାରଙ୍କ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ ହୋଇଛି। ମୁଖ୍ୟମନ୍ତ୍ରୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକ ସଂପର୍କ ରଖିଛନ୍ତି। ଏହା ସହିତ ଅର୍ଥ , ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ମଧ୍ୟ ନିଜ ପାଖରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ। କେଉଁ ମନ୍ତ୍ରୀଙ୍କୁ କେଉଁ ବିଭାଗ ମିଳିବ ତାକୁ ନେଇ କଳ୍ପନା ଜଳ୍ପନା ଜାରି ରହିଥିଲା। ଏହା ଉପରେ ଆଜି ପୂର୍ଣ୍ଣଛେଦ ପଡ଼ିଛି। ତେବେ ମୁଖ୍ୟମନ୍ତ୍ରୀ ନିଜ ପାଖରେ ଛଅଟି ବିଭାଗ ରଖିଛନ୍ତି। ଭବିଷ୍ୟତରେ ଆଉ କିଛି ମନ୍ତ୍ରୀଙ୍କୁ ବିଭାଗ ଦିଆଯାଇପାରେ ବୋଲି କୁହାଯାଉଛି। ଉଲ୍ଲେଖନୀୟ ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଦୁଇ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ପରିଷଦ ଶପଥ ନେଇଥିଲେ।

ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ – ଗୃହ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସଂପଦ, ଯୋଜନା ଓ ସମନ୍ୱୟ, (ଆବଣ୍ଟିତ ନ ହୋଇ ଥିବା ଅନ୍ୟ ବିଭାଗ)

ଉପମୁଖ୍ୟମନ୍ତ୍ରୀ

୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି

୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ

୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା

୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ

୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ

୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ

୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୂର୍ତ୍ତ ଓ ଅବକାରୀ

୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ

୭) ବିଭୁତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି

୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ

୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା

୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି

୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ

୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ

୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

The post ନୂଆ ସରକାରରେ ମନ୍ତ୍ରୀମାନଙ୍କ ବିଭାଗ ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ appeared first on Odisha.News.