ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶୁଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ […] The post ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି appeared first on Dharitri Odia News.
ବରଗଡ଼୨୦।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବୁଧବାରରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଳାପାଣି ମଣ୍ଡିରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ର ଏହାର ଶୁଭାରମ୍ଭ କରିଛନ୍ତି। ମନ୍ତ୍ରୀ ପାତ୍ର ପୂଜାର୍ଚ୍ଚନା କରି ଧାନ କିଣା ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଶୁଭାରମ୍ଭ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ, ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ମଣ୍ଡିକୁ ଧାନ ଆଣିଥିବାଚାଷୀମାନଙ୍କୁ ମନ୍ତ୍ରୀ ପାତ୍ର ସମ୍ବର୍ଦ୍ଧିତ କରିଥିଲେ। ବରଗଡ଼ ଜିଲାରେ ଏଥର ବରଗଡ଼ ଅତାବିରା ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି ଅଧିନରେ ୨୨୯ ମଣ୍ଡିରେ ଧାନ ସଂଗ୍ରହ ବ୍ୟବସ୍ଥା କରାଯାଇଛି।
The post ଯୋଗାଣମନ୍ତ୍ରୀଙ୍କ ପୂଜାର୍ଚ୍ଚନା ପରେ ବରଗଡ଼ରେ ଖୋଲିଲା ଧାନମଣ୍ଡି appeared first on Dharitri Odia News.