ରାତି ସାରା ଚାଲିଲା ବିଧାନସଭା: ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ଶେଷ ହେଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା... The post ରାତି ସାରା ଚାଲିଲା ବିଧାନସଭା: ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି appeared first on .

ରାତି ସାରା ଚାଲିଲା ବିଧାନସଭା: ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ବିଧାନସଭାକୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି। ଶେଷ ହେଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ ଅଧିବେଶନ। ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଧାନସଭାକୁ ମୁଲତବୀ ଘୋଷଣା କଲେ ବାଚସ୍ପତି । ୨୮ ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ ଟି କାର୍ଯ୍ୟ ଦିବସ ଚାଲିଥିଲା । ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଥିଲେ।

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ୨୦୨୪ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ୨୦୨୫ ବିଧାନସଭାରେ ପାରିତ ହୋଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ପାରିତ ହୋଇଥିଲା ବେଶ ଘଟଣା ବହୁଳ ଥିଲା ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ । ପ୍ରଥମ ଥର ପାଇଁ ବିଧାନସଭା ଇତିହାସରେ ଗୃହରୁ ନିଲମ୍ବିତ ହୋଇଥିଲେ କଂଗ୍ରେସ ଦଳର ସମସ୍ତ ବିଧାୟକ । ଏହା ସହ ବିଶ୍ୱ ବିଦ୍ୟାଳୟ ସଂଶୋଧନ ବିଲ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ଆଲୋଚନା ବେଳେ ରାତି ତମାମ ଚାଲିଥିଲା ବିଧାନସଭା । ବୁଧବାର ସକାଳ ୧୦.୩୦ ମିନିଟ ରେ ଆରମ୍ଭ ହୋଇ ଗୃହ ଗୁରୁବାର ସକାଳ 7 ଟା 5 ପର୍ଯ୍ୟନ୍ତ ଚାଲିଥିଲା ।

The post ରାତି ସାରା ଚାଲିଲା ବିଧାନସଭା: ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି appeared first on .