ASO ଚୟନରେ ହୋଇନାହିଁ କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ
କଟକ, ୨୨।୧୨: ବହୁ ଚର୍ଚ୍ଚିତ ଏଏସଓ ମେରିଟ୍ ଲିଷ୍ଟ କାଏମ୍ ରଖିଛନ୍ତି ଓଡ଼ିଶା ହାଇକୋର୍ଟ। ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନାହିଁ ବୋଲି କୋର୍ଟ କହିଛନ୍ତି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରି ୨ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଏହା ସହିତ ଯେଉଁଠୁ ପ୍ରକ୍ରିୟା ବନ୍ଦ ଥିଲା ସେଠାରୁ ଚାଲୁ ରଖିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି । ୨୦୨୨ ମସିହାରେ ୭୯୬ଟି ଏଏସଓ ପଦବୀ ପାଇଁ ଓପିଏସସି ପକ୍ଷରୁ […] The post ASO ଚୟନରେ ହୋଇନାହିଁ କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ appeared first on Dharitri Odia News.
କଟକ, ୨୨।୧୨: ବହୁ ଚର୍ଚ୍ଚିତ ଏଏସଓ ମେରିଟ୍ ଲିଷ୍ଟ କାଏମ୍ ରଖିଛନ୍ତି ଓଡ଼ିଶା ହାଇକୋର୍ଟ। ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ପକ୍ଷରୁ ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନାହିଁ ବୋଲି କୋର୍ଟ କହିଛନ୍ତି। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରି ୨ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଏହା ସହିତ ଯେଉଁଠୁ ପ୍ରକ୍ରିୟା ବନ୍ଦ ଥିଲା ସେଠାରୁ ଚାଲୁ ରଖିବାକୁ ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ।
୨୦୨୨ ମସିହାରେ ୭୯୬ଟି ଏଏସଓ ପଦବୀ ପାଇଁ ଓପିଏସସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯେଉଁଥିରେ ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନାକାରୀଙ୍କ ମଧ୍ୟରୁ ୧୧୦୪ ଜଣ କୃତକାର୍ଯ୍ୟ ହୋଇଥିଲେ। ତେବେ କ୍ଷମତା ଆହାରକୁ ଯାଇ ଓପିଏସସି ମୂଲ୍ୟାୟନ ପଦ୍ଧତିରେ ହଠାତ୍ ପରିବର୍ତ୍ତନ ଆଣି ପ୍ରତି ବିଷୟରେ କ୍ୱାଲିଫାଇଂ ମାର୍କ ବ୍ୟବସ୍ଥା ଲାଗୁ କରିଥିଲା ଏବଂ ଗୋଟିଏ ପଦ ପାଇଁ ଦେଢ଼ ଜଣ ଆଧାରରେ ମୋଟ୍ ୧୧ ଶହ ୪ ପ୍ରାର୍ଥୀଙ୍କର ମେରିଟ୍ ଲିଟ୍ ପ୍ରକାଶ କରିଥିଲା ।
ଓପିଏସସିର ଚୟନ ପ୍ରକ୍ରିୟାରେ ତ୍ରୁଟି ଥିବା ଦର୍ଶାଇ ମେରିଟ ଲିଷ୍ଟରୁ ବାଦ୍ ପଡ଼ିଥିବା ଅନେକ ପ୍ରାର୍ଥୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସମସ୍ତ ମାମଲାର ଏକାକାଳୀନ ଶୁଣାଣି କରି ଜଷ୍ଟିସ ଆଦିତ୍ୟ ମହାପାତ୍ରଙ୍କ ଜଣିକିଆ ଖଣ୍ଡପୀଠ ଓପିଏସସିର ମେରିଟ ଲିଷ୍ଟକୁ ଖାରଜ କରିବା ସହ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରସ୍ତୁତ କରିବାକୁ କୋର୍ଟ ଗତ ମେ ୧୯ ତାରିଖରେ ରାୟ ଶୁଣାଇଥିଲେ।
ଓଡ଼ିଶା ସେକ୍ରେଟାରିଏଟ (ମେଥଡ ଅଫ୍ ରିକ୍ରୁଟମେଣ୍ଟ) ଆଣ୍ଡ କଣ୍ଡିସନ୍ସ ଅଫ୍ ସର୍ଭିସ ଅଫ୍ ଏଏସଓ ରୁଲ୍ସ, ୨୦୧୬ର ଉଲ୍ଲଂଘନ କରି ବିଷୟ ଭିତ୍ତିକ ସର୍ବନିମ୍ନ ନମ୍ବର ବ୍ୟବସ୍ଥା ଲାଗୁ କରାଯାଇଥିବାରୁ ପ୍ରକାଶିତ ମେଧା ତାଲିକା ରଦ୍ଦ କରାଯାଉଛି ବୋଲି ହାଇକୋର୍ଟ ତାଙ୍କ ରାୟରେ ଦର୍ଶାଇଥିଲେ। ପରେ ହାଇକୋର୍ଟଙ୍କ ରାୟରେ ତ୍ରୁଟି ରହିଥିବା ଦର୍ଶାଇ ଓପିଏସସି ଏବଂ ଅନ୍ୟମାନଙ୍କ ପକ୍ଷରୁ ୩ଟି ପୃଥକ ଅପିଲ ଦାୟର ହୋଇଥିଲା। ଏହି ୩ଟି ଯାକ ମାମଲାର ଏକାକାଳୀନ ଶୁଣାଣି ଶେଷ ଗତ ଏ ତାରିଖରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ।
The post ASO ଚୟନରେ ହୋଇନାହିଁ କୌଣସି ତ୍ରୁଟି, ମେରିଟ୍ ଲିଷ୍ଟ କାଏମ୍ ରଖିଲେ ହାଇକୋର୍ଟ appeared first on Dharitri Odia News.