Ayushman Bharat Scheme: ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ । ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩,୧୨,୯୭୯ । ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।