BJD ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରିଛନ୍ତି ସୁନନ୍ଦା ଦାସ।

BJD ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରିଛନ୍ତି ସୁନନ୍ଦା ଦାସ।

SUNANDA DASSUNANDA DAS

ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି। ସେ ବିଜୟୀ ମଧ୍ୟ ହୋଇଛନ୍ତି।