BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା….
ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିରେ ଜଗନ୍ନାଥ ପ୍ରଧାନ। କହୁକହୁ କହିଦେଲେ ସବୁ ସତ କଥା। ମୋତେ BMC ଅତିରିକ୍ତ କମିଶନର ରତ୍ନାକର ଖରାପ ବ୍ୟବହାର କରିଥିଲେ ବୋଲି ଜଗନ୍ନାଥ କହିଛନ୍ତି। ଜଣେ ସ୍ବଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ କରିଥିଲି। ମୋତେ ତମେ କିଏ, କାହିଁକି ପଚାରୁଛ କହି ବ୍ୟବହାର ଖରାପ କରିଥିଲେ। ସେଥିପାଇଁ ସୋସିଆଲ ମିଡିଆରେ ଗୋଟିଏ […] The post BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା…. appeared first on Dharitri Odia News.
ଭୁବନେଶ୍ୱର,୧।୭: ଭୁବନେଶ୍ୱର ମହାନଗର ନିଗମ (BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରେ ଆକ୍ରମଣ ଘଟଣାକୁ ନେଇ ମୁହଁ ଖୋଲିରେ ଜଗନ୍ନାଥ ପ୍ରଧାନ। କହୁକହୁ କହିଦେଲେ ସବୁ ସତ କଥା। ମୋତେ BMC ଅତିରିକ୍ତ କମିଶନର ରତ୍ନାକର ଖରାପ ବ୍ୟବହାର କରିଥିଲେ ବୋଲି ଜଗନ୍ନାଥ କହିଛନ୍ତି। ଜଣେ ସ୍ବଚ୍ଛ ସାଥୀ ଭଉଣୀଙ୍କୁ ଦୁର୍ବ୍ୟବହାର ନେଇ ଫୋନ କରିଥିଲି। ମୋତେ ତମେ କିଏ, କାହିଁକି ପଚାରୁଛ କହି ବ୍ୟବହାର ଖରାପ କରିଥିଲେ। ସେଥିପାଇଁ ସୋସିଆଲ ମିଡିଆରେ ଗୋଟିଏ ହାତରେ ତାଳି ବାଜେନି ଲେଖିଥିଲି। ୩୪ ନଂ ୱାର୍ଡ ସ୍ବଚ୍ଛ ସାଥୀ ଭଉଣୀଙ୍କ ଜାତିକୁ ନେଇ ଆକ୍ଷେପ କରିଥିଲେ। କାହିଁକି ଭାଜପା ରାଲିକୁ ଯାଉଛ କହି ତାଗିଦ ମଧ୍ୟ କରିଥିଲେ। ସ୍ବଚ୍ଛ ସାଥୀ ଭଉଣୀ ଜଣଙ୍କ ଖାରବେଳନଗର ଥାନାରେ ଏତଲା ମଧ୍ୟ କରିଛନ୍ତି।
ଘଟଣାକୁ ନେଇ ଜଗନ୍ନାଥ ସୋମବାର ପ୍ରତିକ୍ରିୟା ରଖିଥିଲେ। ଏହି ଘଟଣା ନିନ୍ଦନୀୟ ବୋଲି କହି ସେ ଏହାକୁ ଢାଙ୍କିବାକୁ କେହି ଚେଷ୍ଟା କରିବେ ନାହିଁ ବୋଲି ଦାବି କରିଛନ୍ତି। ରିପୋର୍ଟ ଅନୁସାରେ, ଅଭିଯୁକ୍ତ ଯୁବକମାନେ ରତ୍ନାକର ସାହୁଙ୍କୁ ‘ଜଗା ଭାଇଙ୍କ ସହ କଥା ହୋଇଛି କି?’ ବୋଲି ପଚାରି ଆକ୍ରମଣ କରିଥିଲେ। ଏହି ଅଭିଯୁକ୍ତମାନେ ଜଗନ୍ନାଥ ପ୍ରଧାନଙ୍କ ସମର୍ଥକ ବୋଲି ଅଭିଯୋଗ ହୋଇଛି। ଏ ସମ୍ପର୍କରେ ପ୍ରଧାନ କହିଛନ୍ତି, ମୁଁ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କିମ୍ବା ଦୁଇଜଣଙ୍କୁ ଚିହ୍ନେ। ମୁଁ ସେମାନଙ୍କ ସହ କଥା ହୋଇଛି। ଏହା ଏକ ନିନ୍ଦନୀୟ ଘଟଣା।
ଅଭିଯୁକ୍ତମାନଙ୍କୁ ‘ତାଙ୍କ ପିଲା’ ବୋଲି ପଚରା ଯିବାରୁ ପ୍ରଧାନ କହିଛନ୍ତି, ଭାଜପା ସରକାର ଜନତାର ସରକାର। ଅତିରିକ୍ତ କମିଶନର ମଧ୍ୟ ଆମର। କାହାକୁ ‘ମୋ ପିଲା’ କୁହାଯିବ ନାହିଁ, ସେମାନଙ୍କୁ ଦୋଷୀ ମାନିବାକୁ ପଡ଼ିବ। ସେ ଆହୁରି କହିଛନ୍ତି, ଭାଜପା ଆମର ପରିବାର, ଏହା ଜନତାର ସରକାର। ମୁଁ ପୁଲିସ ସହ କଥା ହୋଇଛି, ସେମାନେ କାର୍ଯ୍ୟାନୁଷ୍ଠାନ ନେବେ।
ଘଟଣାର କାରଣ ସମ୍ପର୍କରେ ପଚରାଯିବାରୁ ପ୍ରଧାନ କହିଛନ୍ତି, ଏହା ଖା ଭୁଞ୍ଜ ଗିଳି କୁ ନେଇ ଏମିତି ଘଟିଛି ବୋଲି ଜଗନ୍ନାଥ କହିଛନ୍ତି। ଏହା ପୁନରାବୃତ୍ତି ନହେବ ବୋଲି ପଚରାଯିବାରୁ ସେ କହିଛନ୍ତି, ଭବିଷ୍ୟତରେ କ’ଣ ହେବ ତାହା କହି ହେବ ନାହିଁ। ସବୁକିଛିର ଗ୍ୟାରେଣ୍ଟି ଦିଆଯାଇ ପାରିବ ନାହିଁ। ସେ ବିଜେଡିକୁ ଟାର୍ଗେଟ କରି କହିଛନ୍ତି, ବିଜେଡିର ଇତିହାସ ସମସ୍ତେ ଜାଣନ୍ତି। ସେମାନେ ଏବେ ନୂଆ ମଜାକ କରୁଛନ୍ତି।
The post BMC କମିଶନରଙ୍କୁ ମାଡ଼ ଘଟଣା: କହୁ କହୁ ସତ ଓଗାଳି ପକାଇଲେ ଜଗନ୍ନାଥ ମୋତେ କରିଥିଲେ, ଜଣାପଡ଼ିଗଲା ଅସଲକଥା…. appeared first on Dharitri Odia News.