Budget-2025: ୧୨. ୮୮ ଲକ୍ଷଙ୍କୁ ଦିଆଯିବ ନିଯୁକ୍ତି, ବିକଶିତ ହେବ ଗ୍ରାମାଞ୍ଚଳ
ଭୁବନେଶ୍ୱର: ୨୦୨୫-୨୬ ବର୍ଷର ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ବିଧାନସଭାରେ ଉପସ୍ଥାପନ କରାଯାଉଛି। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି ।ବଜେଟ୍ ଘୋଷଣା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ। ଉତ୍କର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି। ମୋଟ ୧୬ ଲକ୍ଷ ୭୩ ହଜାର କୋଟି ପୁଞ୍ଜି ନିବେଶ ଲକ୍ଷ୍ୟ ରଖାଯାଇଛି। ସେହିପରି ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆଶାବାଦୀ ରହିଛୁ। ଶିକ୍ଷା, ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ଲକ୍ଷ୍ୟ ରଖିଛୁ। ଏହାସହ ଗ୍ରାମାଞ୍ଚଳରେ ଅଧିକ ପୁଞ୍ଜି ନିବେଶ କରି ବିକାଶ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର: ୨୦୨୫-୨୬ ବର୍ଷର ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ ବିଧାନସଭାରେ ଉପସ୍ଥାପନ କରାଯାଉଛି। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି ।
ବଜେଟ୍ ଘୋଷଣା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ରାଜ୍ୟର ଅଭିବୃଦ୍ଧି ହାର ୭.୨ ପ୍ରତିଶତ ରହିବ। ଉତ୍କର୍ଷ ଓଡ଼ିଶା ଜରିଆରେ ୫୯୩ ପ୍ରକଳ୍ପକୁ ଗ୍ରହଣ କରାଯାଇଛି। ମୋଟ ୧୬ ଲକ୍ଷ ୭୩ ହଜାର କୋଟି ପୁଞ୍ଜି ନିବେଶ ଲକ୍ଷ୍ୟ ରଖାଯାଇଛି।
ସେହିପରି ୧୨ ଲକ୍ଷ ୮୮ ହଜାର ନିଯୁକ୍ତି ନେଇ ଆଶାବାଦୀ ରହିଛୁ। ଶିକ୍ଷା, ସ୍ୱାସ୍ଥ୍ୟ କ୍ଷେତ୍ରରେ ଅଧିକ ସମ୍ବଳ ବିନିଯୋଗ ଲକ୍ଷ୍ୟ ରଖିଛୁ। ଏହାସହ ଗ୍ରାମାଞ୍ଚଳରେ ଅଧିକ ପୁଞ୍ଜି ନିବେଶ କରି ବିକାଶ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।