CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ କରିଛନ୍ତି। ଦୀପାଳି କହିଛନ୍ତି, ”ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ। ଏବେ ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି। ତେବେ ମୋହନ ସରକାରଙ୍କୁ ଅନୁରୋଧ […] The post CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ appeared first on Dharitri Odia News.

CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ

ଭୁବନେଶ୍ୱର,୧୫।୧: ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ମୁହଁ ଖୋଲିଛନ୍ତି ଝିଅ ଦୀପାଳି ଦାସ। ଭାଜପା ନେତାମାନେ ବାରମ୍ବାର ଏହି ପ୍ରସଙ୍ଗ ଉଠାଉଥିବାରୁ ଅସନ୍ତୋଷ ପ୍ରକାଶ କରିଛନ୍ତି ଦୀପାଳି। ଏଥିସହିତ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶ୍ନ ମଧ୍ୟ କରିଛନ୍ତି।

ଦୀପାଳି କହିଛନ୍ତି, ”ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ। ଏବେ ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି। ତେବେ ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ?” ସେ ପ୍ରଶ୍ନ କରିଛନ୍ତି।

ସେ ଆହୁରି କହିଛନ୍ତି, ”ଆମ ପରିବାରକୁ ଆକ୍ଷେପ କରାଯାଉଛି, ସେମାନେ ଆମ ସହ ଠିଆ ହେବେକି। ମୋ ଭାଇକୁ ବିନା ୱାରେଣ୍ଟିରେ ଛତିଶଗଡ଼ରେ ଅଟକ ରଖିଲେ। ଏପଟେ ଆଜି ମୋ ବାପାଙ୍କ ହତ୍ୟାକାଣ୍ଡର ତଦନ୍ତ ପାଇଁ ଲେଖା ମାଗୁଛନ୍ତି। ତେଣୁ ମୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଆମକୁ ଡାକି ଆଲୋଚନା କରି ଆଗକୁ ବଢ଼ନ୍ତୁ। ”

The post CBI ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି, ମୋହନ ସରକାରଙ୍କୁ କଲେ ପ୍ରଶ୍ନ appeared first on Dharitri Odia News.