Durga Puja 2024: ବଙ୍ଗଳାର ଏହି ମହାପୁରୁଷ ଓଡ଼ିଶାରେ ଆରମ୍ଭ କରିଥିଲେ ଦୁର୍ଗାପୂଜା; ଜାଣନ୍ତୁ ସେ କିଏ…

ଐତିହାସିକ ଉଦାହରଣରୁ ଜାଣିବାକୁ ମିଳେ ଯେ, ଚୈତନ୍ୟ ମହାପ୍ରଭୁ ପ୍ରାୟ ୪୦୦ ବର୍ଷ ପୂର୍ବେ କଟକରେ ଏହି ପୂଜା ଆରମ୍ଭ କରିଥିଲେ। ଚୈତନ୍ୟଦେବ ନଦିଆଠାରୁ ବାହାରି ବାଟରେ ରହି ରହି ଆସୁଥିଲେ। କଟକ ରହଣି କାଳରେ ସେ ସ୍ଥାନୀୟ ବିନୋଦବିହାରୀ ପୀଠରେ ରହି ୧୫୦୯ ମସିହାରେ ପ୍ରଥମେ ମା’ଙ୍କ ଘଟପୂଜା ଆରମ୍ଭ କରିଥିଲେ।

Durga Puja 2024: ବଙ୍ଗଳାର ଏହି ମହାପୁରୁଷ ଓଡ଼ିଶାରେ ଆରମ୍ଭ କରିଥିଲେ ଦୁର୍ଗାପୂଜା; ଜାଣନ୍ତୁ ସେ କିଏ…

ଚାଲିଛି ମା’ ଦୁର୍ଗାଙ୍କ ସମର୍ପଣରେ ନବରାତ୍ରୀ ପୂଜା। ଆଜି ହେଉଛି ଚତୁର୍ଥ ଦିନ ଏହି ଦିନରେ ଦେବୀ ଦୁର୍ଗାଙ୍କର ଚତୁର୍ଥ ରୂପ ମା’ କୁଷ୍ମାଣ୍ଡାଙ୍କୁ ପୂଜା କରାଯାଏ। ଦେବୀ ନିଜ ହସରୁ ଅଣ୍ଡ ଅର୍ଥାତ ବ୍ରହ୍ମାଣ୍ଡକୁ ସୃଷ୍ଟି କରିଥିବାରୁ ସେ କୁଷ୍ମାଣ୍ଡା ନାମରେ ନାମିତ ହୋଇଛନ୍ତି।

ଦୁର୍ଗାପୂଜାକୁ ଓଡ଼ିଶାରେ ଖୁବ ଧୂମଧାମରେ ପାଳନ କରାଯାଏ। ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ବୋଲି କୁହାଯାଏ। ଦୁର୍ଗାପୂଜା ଶକ୍ତି ଉପାସନାର ପର୍ବ। ଏହା ବିଭିନ୍ନ ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ। ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦାଠାରୁ ନବମୀ ବିଶେଷ ଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ।

ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜା କୁହାଯାଏ। ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୌଣସି ଅନିଷ୍ଟ ହୁଏ ନାହିଁ। ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଏ। ଏହି ନବାକ୍ଷରୀ ମନ୍ତ୍ରଟି ହେଉଛି – ‘ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।’ ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚୟ।

When durga puja started in odisha first ଦୁର୍ଗାପୂଜାକୁ ଓଡ଼ିଶାରେ ଖୁବ ଧୂମଧାମରେ ପାଳନ କରାଯାଏ

କ’ଣ ରହିଛି ପୂଜାବିଧି:

ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଅଣାଯାଏ, ଯାହା ଦଶହରାର ପ୍ରଥମ ବିଧି। ଏହା ପରେ କାରିଗରମାନେ ମୂର୍ତ୍ତି ତିଆରିରେ ବ୍ୟସ୍ତ ରୁହନ୍ତି। ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢ଼ାଯାଏ। ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ। ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ। ମା’ଙ୍କୁ ସ୍ୱାଗତ କରିବାକୁ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ। ବେଲ ଗଛ ପାଖରେ ଏହି ପୂଜା କରାଯାଏ।

ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁଥିରେ କଦଳୀ ଗଛକୁ ପୂଜା କରାଯାଏ। ଏହା ପରେ ମହାସ୍ନାନ ବିଧି ହୁଏ। ଅଷ୍ଟମୀରେ ମା’ଙ୍କ ମୁଖ୍ୟ ସନ୍ଧିପୂଜା ହୁଏ। ଏହି ଦିନ ମା’ଙ୍କ ପାଖରେ ବଳି ଦିଆଯାଏ। ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା। ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି।

ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହୋଇଥାଏ। କଟକର ଅଲିଶାବଜାର, ଚାନ୍ଦିନୀଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛ ଭୋଗ କରିଥାନ୍ତି।

When durga puja started in odisha first ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହୋଇଥାଏ

ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜା ହୋଇଥାଏ। ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି। ଏହା ସହିତ ମହିଳାମାନେ ସିନ୍ଦୂର ଖେଳ କରିଥାନ୍ତି।

କ’ଣ କୁହେ ଇତିହାସ:

ମାର୍କଣ୍ଡେୟ ପୁରାଣ ଅନୁସାରେ ଚେଦି ସାମ୍ରାଜ୍ୟର ରାଜା ଖ୍ରୀ:ପୂ ୩୦୦ରେ ଦୁର୍ଗାପୂଜା ଆରମ୍ଭ କରିଥିଲେ। କିନ୍ତୁ ଐତିହାସିକ ଉଦାହରଣରୁ ଜାଣିବାକୁ ମିଳେ ଯେ, ଚୈତନ୍ୟ ମହାପ୍ରଭୁ ପ୍ରାୟ ୪୦୦ ବର୍ଷ ପୂର୍ବେ କଟକରେ ଏହି ପୂଜା ଆରମ୍ଭ କରିଥିଲେ। ଚୈତନ୍ୟଦେବ ନଦିଆଠାରୁ ବାହାରି ବାଟରେ ରହି ରହି ଆସୁଥିଲେ। କଟକ ରହଣି କାଳରେ ସେ ସ୍ଥାନୀୟ ବିନୋଦବିହାରୀ ପୀଠରେ ରହି ୧୫୦୯ ମସିହାରେ ପ୍ରଥମେ ମା’ଙ୍କ ଘଟପୂଜା ଆରମ୍ଭ କରିଥିଲେ।

ଚୈତନ୍ୟ ଦେବଙ୍କ ସହିତ ଆସିଥିବା ଅନୁଗାମୀମାନଙ୍କ ମଧ୍ୟରୁ କେତେଜଣ ଏହି ପୂଜାକୁ ସାର୍ବଜନୀନ କରିବା ପାଇଁ ମା’ଙ୍କ ମୂର୍ତ୍ତି ପୂଜା ଆରମ୍ଭ କଲେ। ୧୮୩୨ ମସିହାରେ କାଜିବଜାରର କେତେକ ଓଡ଼ିଆ ଓ ବେଙ୍ଗଲୀ କର୍ମଜୀବୀ ଯେଉଁମାନେ ଇଂରେଜ ସରକାରଙ୍କ ଇଷ୍ଟ୍‌ ଇଣ୍ଡିଆ କମ୍ପାନୀରେ କାମ କରୁଥିଲେ ସାର୍ବଜନୀନ ଭାବେ ମା’ଙ୍କ ମୂର୍ତ୍ତି ପୂଜାକଲେ। ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗା ପୂଜାକୁ ବିଜୟାଦଶମୀ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ଦଶହରା ବୋଲି କୁହାଯାଏ।