Explosion: ବହି ଗୋଦାମରେ ବିସ୍ଫୋରଣ; ୩ ଗୁରୁତର
ଗତକାଲି ବିଳମ୍ବିତ ରାତିରେ ହଠାତ୍ ବହି ଗୋଦାମରେ ବିସ୍ଫୋରଣ ହୋଇଥିଲା। ଏହି ସମୟରେ ଗୋଦାମ ଭିତରେ ୩ ଜଣ ଥିଲେ। ସ୍ଥାନୀୟ ଲୋକ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।