FM କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କଲା ୟୁଜିସି
ଭୁବନେଶ୍ବର: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାକୁ ନେଇ ରାଜନୀତି ଜୋର ଧରିଥିବାବେଳେ, ସବୁଠି ସୋମ୍ୟାଶ୍ରୀଙ୍କୁ ନ୍ୟାୟ ପାଇଁ ଦାବି ଉଠିଛି। ଏହାରି ମଧ୍ୟରେ କେନ୍ଦ୍ରୀୟ ଅନୁଦାନ ଆୟୋଗ (ୟୁଜିସି) ନେଇଛି ବଡ଼ ନିଷ୍ପତ୍ତି। ଘଟଣା ତଦନ୍ତ ପାଇଁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛି ୟୁଜିସି । ୪ ଜଣିଆ ସଦସ୍ୟଙ୍କୁ ନେଇ ଗଠିତ ଏହି ଟିମ୍ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣାର ସଂପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରି ୭ ଦିନ ଭିତରେ ରିପୋର୍ଟ ଦେବ। ଏହି କମିଟିରେ ଥିବା ସଦସ୍ୟଙ୍କ ମଧ୍ୟରେ ରହିଛନ୍ତି ପ୍ରଫେସର ରାଜ୍ ମିତ୍ତଲ, ୟୁଜିସିର ପୂର୍ବତନ ସଦସ୍ୟ ପ୍ରଫେସର ସୁଷମା ଯାଦବ, ଅହମଦାବାଦସ୍ଥିତ ଗୁଜରାଟ ବିଶ୍ବବିଦ୍ୟାଳୟର କୁଳପତି ଡ. ନୀର୍ଜା ଗୁପ୍ତା ଓ ୟୁଜିସିର ଯୁଗ୍ମ ସଚିବ ଡ. ଅସୀମା ମଙ୍ଗଳ। ପ୍ରଫେସର ରାଜ୍ ମିତ୍ତଲ କମିଟିର ଅଧ୍ୟକ୍ଷତାରେ କରିବେ। ସୂଚନାଥାଉକି, ଗତ ଶନିବାର ବାଲେଶ୍ବର ଏଫଏମ୍ କଲେଜ ପରିସରରେ ପ୍ରିନ୍ସିପାଲଙ୍କ ଚାମ୍ବର ସାମ୍ନାରେ ସୌମ୍ୟାଶ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ଯେଉଁଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କ ଶରୀର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଥିଲା। ଏମିତିରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ହେଲେ ସୋମବାର ବିଳମ୍ବ
ଭୁବନେଶ୍ବର: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି। ଏହି ଘଟଣାକୁ ନେଇ ରାଜନୀତି ଜୋର ଧରିଥିବାବେଳେ, ସବୁଠି ସୋମ୍ୟାଶ୍ରୀଙ୍କୁ ନ୍ୟାୟ ପାଇଁ ଦାବି ଉଠିଛି। ଏହାରି ମଧ୍ୟରେ କେନ୍ଦ୍ରୀୟ ଅନୁଦାନ ଆୟୋଗ (ୟୁଜିସି) ନେଇଛି ବଡ଼ ନିଷ୍ପତ୍ତି। ଘଟଣା ତଦନ୍ତ ପାଇଁ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛି ୟୁଜିସି । ୪ ଜଣିଆ ସଦସ୍ୟଙ୍କୁ ନେଇ ଗଠିତ ଏହି ଟିମ୍ ସୌମ୍ୟାଶ୍ରୀ ଆତ୍ମହତ୍ୟା ଘଟଣାର ସଂପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରି ୭ ଦିନ ଭିତରେ ରିପୋର୍ଟ ଦେବ।
ଏହି କମିଟିରେ ଥିବା ସଦସ୍ୟଙ୍କ ମଧ୍ୟରେ ରହିଛନ୍ତି ପ୍ରଫେସର ରାଜ୍ ମିତ୍ତଲ, ୟୁଜିସିର ପୂର୍ବତନ ସଦସ୍ୟ ପ୍ରଫେସର ସୁଷମା ଯାଦବ, ଅହମଦାବାଦସ୍ଥିତ ଗୁଜରାଟ ବିଶ୍ବବିଦ୍ୟାଳୟର କୁଳପତି ଡ. ନୀର୍ଜା ଗୁପ୍ତା ଓ ୟୁଜିସିର ଯୁଗ୍ମ ସଚିବ ଡ. ଅସୀମା ମଙ୍ଗଳ। ପ୍ରଫେସର ରାଜ୍ ମିତ୍ତଲ କମିଟିର ଅଧ୍ୟକ୍ଷତାରେ କରିବେ।
ସୂଚନାଥାଉକି, ଗତ ଶନିବାର ବାଲେଶ୍ବର ଏଫଏମ୍ କଲେଜ ପରିସରରେ ପ୍ରିନ୍ସିପାଲଙ୍କ ଚାମ୍ବର ସାମ୍ନାରେ ସୌମ୍ୟାଶ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ। ସେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ଯେଉଁଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କ ଶରୀର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଥିଲା। ଏମିତିରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ହେଲେ ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ଘଟିଛି।
ତେବେ ମଙ୍ଗଳବାର ବାଲେଶ୍ବର ଭୋଗରାଇ ବ୍ଲକରେ ଥିବା ପଳାସିଆ ମଶାଣିରେ ପୀଡ଼ିତାଙ୍କ ଅନ୍ତିମ ସଂସ୍କାର କରାଯାଇଛି। ଏହି ସମୟରେ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ସୌମ୍ୟାଶ୍ରୀଙ୍କ ଅନ୍ତିମ ସଂସ୍କାର ସମୟରେ ହଜାର ହଜାର ଲୋକେ ଉପସ୍ଥିତ ଥିଲେ।