Gold Price Today, 11th November 2024: ବିବାହ ଋତୁରେ କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଗକୁ ଆସୁଛି ବିବାହ ଋତୁ । ସୁନା କିଣିବାକୁ ଗହଣା ଦୋକାନରେ ଭିଡ଼ । ଗତକାଲି ଅପେକ୍ଷା ଆଜି କମିଛି ସୁନାର ଦାମ୍ । ତେବେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

Gold Price Today, 11th November 2024: ବିବାହ ଋତୁରେ କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସାମାନ୍ୟ କମିଛି ସୁନାର ଦାମ୍ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମ ୨୪ କ୍ୟାରେଟ୍ ସୁନା ଦର ୭୮,୭୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୨୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୭,୭୬୦ ଟଙ୍କା ରହିଛି 

Gold Prices In India, Aug 26: Check Latest 18k, 22k, 24k Yellow Metal Prices  On Janmashtami - Goodreturns

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୭,୭୬୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ବିଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୧୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୨୦୦ ଓ ୧ କେଜି ପିଛା ୧,୦୨,୦୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Gold Price India, May 29: No Respite In Prices, 24K/100 Grams Gold Jumps By  Rs 7600 In 3-Days - Goodreturns