Gold Price Today 19th October 2024: ପୁଣି ବଢିଲା ସୁନା ଦର, ଭୁବନେଶ୍ୱରରେ କେତେ ରହିଛି ଦାମ୍,ଜାଣନ୍ତୁ

ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍‌ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।

Gold Price Today 19th October 2024: ପୁଣି ବଢିଲା ସୁନା ଦର, ଭୁବନେଶ୍ୱରରେ କେତେ ରହିଛି ଦାମ୍,ଜାଣନ୍ତୁ

ପୁଣି ବଢିଲା ସୁନା ଦର । ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍  ବୃଦ୍ଧି ପାଇଛି  । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୯,୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୮୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୮୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୮,୨୪୦ ଟଙ୍କା ରହିଛି

କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୪୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୭,୯୨୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୩ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୭ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୩୪୦ ଓ ୧ କେଜି ପିଛା ୯୩,୪୦୦ ଟଙ୍କା ରହିଛି।

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ। 

Buy Belmonte Long Gold Necklace 22 KT yellow gold (93.5 gm). | Online By Giriraj Jewellers