Gold Price Today 7th November 2024: ସୁନା ଦରରେ ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ୧୦ଗ୍ରାମକୁ କେତେ ରହିଛି ଦାମ୍
ଆଗକୁ ଆସୁଛି ବିବାହଋତୁ,ସେଥିପାଇଁ ସୁନା ଦୋକାନରେ ଅଧିକ ଗହଳି ଦେଖିବାକୁ ମିଳିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଆଜି କଟକ ଓ ଭୁବନେଶ୍ୱରରେ ସୁନାର ଦରରେ ପରିବର୍ତ୍ତନ ରହିଛି । ଗତକାଲି ଅପେକ୍ଷା ସୁନାର ଦାମ୍ ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୮,୫୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୦୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୭,୬୦୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୦୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୦୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୭,୬୦୦ ଟଙ୍କା ରହିଛି । ଏହାଛଡା ରୁପା ଦର ହ୍ରାସ ପାଇଛି । ବିଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୨ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୧୬ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୨୦୦ ଓ ୧ କେଜି ପିଛା ୧,୦୨,୦୦୦ ଟଙ୍କା ରହିଛି।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ। ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।