IAS ସ୍ତରରେ ଅଦଳବଦଳ, ମନୋଜ କୁମାର ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଭୁବନେଶ୍ବର: IAS ସ୍ତରରେ ଅଦଳବଦଳ । ମନୋଜ କୁମାର ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ । ପୂର୍ବରୁ ସେ କେନ୍ଦ୍ର ଉପ (ଡେପୁଟି) ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଥିଲେ। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ କୁମାର ସାହୁ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। ମନୋଜ ସାହୁ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲ୍ଲାରେ ଜିଲ୍ଲାପାଳ ଦାୟିତ୍ଵ ଗ୍ରହଣ କରିବା ସହ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି । ସୂଚନାଥାଉକି, ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରଠାରୁ ଏହି ଆଇଏଏସ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଥିଲା । ଏବେ ଜରୁରୀ ଭାବେ ତାଙ୍କୁ ଡେପୁଟେସନରେ ଅଣାଯାଉଥିବାରୁ ଗୁରୁତ୍ୱପୂର୍ଣ୍ଣ  ପଦବୀ ଦିଆଯିବା ନେଇ ଚର୍ଚ୍ଚା ହେଉଥିଲା। ଏହା ସହ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୭ ବ୍ୟାଚର ବରିଷ୍ଠ ଆଇଏଏସ ସଞ୍ଜୀବ କୁମାର ମିଶ୍ରଙ୍କୁ ରାଜ୍ୟ ସରକାର ଏସସି-ଏସଟି, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗର ବିକାଶ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏହା ସହ ସେ ସାମାଜିକ ସୁରକ୍ଷା ଏବଂ ଭିନ୍ନ କ୍ଷମ ସଶକ୍ତିକରଣ, ଓଡ଼ିଶା ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ତାଙ୍କୁ

IAS ସ୍ତରରେ ଅଦଳବଦଳ, ମନୋଜ କୁମାର ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

ଭୁବନେଶ୍ବର: IAS ସ୍ତରରେ ଅଦଳବଦଳ । ମନୋଜ କୁମାର ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ । ପୂର୍ବରୁ ସେ କେନ୍ଦ୍ର ଉପ (ଡେପୁଟି) ନିର୍ବାଚନ କମିଶନର ଭାବେ କାର୍ଯ୍ୟରତ ଥିଲେ। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ମନୋଜ କୁମାର ସାହୁ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍‌ ଅଧିକାରୀ। 

ମନୋଜ ସାହୁ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା। ସେ ବିଭିନ୍ନ ସମ୍ବେଦନଶୀଳ ଜିଲ୍ଲାରେ ଜିଲ୍ଲାପାଳ ଦାୟିତ୍ଵ ଗ୍ରହଣ କରିବା ସହ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରଣାଳୟରେ ହର ଘର୍ ଜଲ୍‌ରେ କାମ କରି ଖୁବ୍ ପ୍ରଶଂସିତ ହୋଇଛନ୍ତି । 

ସୂଚନାଥାଉକି, ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରଠାରୁ ଏହି ଆଇଏଏସ ଓଡ଼ିଶା ଆସିବା ନେଇ ଚର୍ଚ୍ଚା ହେଉଥିଲା । ଏବେ ଜରୁରୀ ଭାବେ ତାଙ୍କୁ ଡେପୁଟେସନରେ ଅଣାଯାଉଥିବାରୁ ଗୁରୁତ୍ୱପୂର୍ଣ୍ଣ  ପଦବୀ ଦିଆଯିବା ନେଇ ଚର୍ଚ୍ଚା ହେଉଥିଲା। 

ଏହା ସହ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୭ ବ୍ୟାଚର ବରିଷ୍ଠ ଆଇଏଏସ ସଞ୍ଜୀବ କୁମାର ମିଶ୍ରଙ୍କୁ ରାଜ୍ୟ ସରକାର ଏସସି-ଏସଟି, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗର ବିକାଶ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏହା ସହ ସେ ସାମାଜିକ ସୁରକ୍ଷା ଏବଂ ଭିନ୍ନ କ୍ଷମ ସଶକ୍ତିକରଣ, ଓଡ଼ିଶା ଭାଷା ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ। ତାଙ୍କୁ ବିଷ୍ଣୁପଦ ସେଠୀଙ୍କ ସ୍ଥାନରେ ମିଳିଲା ଦାୟିତ୍ବ। ସୂଚନାଥାଉକି, ବରିଷ୍ଠ ଆଇଏସଏସ ବିଷ୍ଣୁପଦ ସେଠୀ ଏକ ଲାଞ୍ଚ ମାମଲାରେ ଛନ୍ଦି ହୋଇପଡ଼ିଛନ୍ତି। ଆଉ ସିବିଆଇ ମଧ୍ୟ ତାଙ୍କୁ ସମନ କରିଛି।