Kala Baisakhi Rain and Wind Alert: ଟ୍ବିନ ସିଟିରେ କାଳ ବୈଶାଖୀ ତାଣ୍ଡବ
କାଳବୈଶାଖୀ ଜନିତ ବର୍ଷା କାରଣରୁ ରାଜଧାନୀ ବାସୀଙ୍କୁ ଗରମରୁ ମିଳିଛି ସାମାନ୍ୟ ଆଶ୍ବସ୍ତି। ମଙ୍ଗଳବାର ଅପରାହ୍ନରେ ପ୍ରାୟ ୪୫ ମିନିଟରୁ ଅଧିକ ସମୟ ଧରି ବର୍ଷା ଲାଗି ରହିଥିଲା। ଏହା ସହିତ ପବନର ପ୍ରକୋପ ମଧ୍ୟ ଦେଖିବାକୁ ମିଳିଥିଲା। ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ୪ ଦିନ ପାଇଁ ବର୍ଷା ଓ ପବନ ହେବା ନେଇ ସତର୍କ ସୂଚନା ଜାରି କରାଯାଇଥିଲା।