Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ବାରିପଦାରେ ସର୍ବାଧିକ ୪୦.୦ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଖୋର୍ଦ୍ଧାରେ ୧୨ ମିମି, ନୟାଗଡ଼ରେ ୮ ମିମି, ଦାରିଙ୍ଗବାଡ଼ିରେ ୪ ମିମି, ତାଳଚେରରେ ୨.୨ ମିମି ଏବଂ ଅନୁଗୋଳରେ […] The post Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା appeared first on Dharitri Odia News.

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ବାରିପଦାରେ ସର୍ବାଧିକ ୪୦.୦ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ଖୋର୍ଦ୍ଧାରେ ୧୨ ମିମି, ନୟାଗଡ଼ରେ ୮ ମିମି, ଦାରିଙ୍ଗବାଡ଼ିରେ ୪ ମିମି, ତାଳଚେରରେ ୨.୨ ମିମି ଏବଂ ଅନୁଗୋଳରେ ୨.୦ ମି.ମି. ବର୍ଷା ରେକର୍ଡ କରାଯାଇଛି। ଅନ୍ୟପଟେ ଦିନବେଳା ଖରା ଓ ଗୁଳୁଗୁଳି ମଧ୍ୟ ଲୋକଙ୍କୁ ଅତିଷ୍ଠ କରୁଛି। ରାଜ୍ୟର ପ୍ରାୟ ୬ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ତେବେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିବ। ଫଳରେ ଆଗାମୀ ଦିନରେ ତାପମାତ୍ରା ୨ରୁ ୩ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇପାରେ। ରବିବାର ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ସୁନ୍ଦରଗଡ଼, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଦେବଗଡ଼, ଅନୁଗୋଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଆଦି ଜିଲାରେ ବର୍ଷା ଓ ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

The post Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା appeared first on Dharitri Odia News.