New Year 2025: ନୂଆ ଆଶା ଓ ନୂଆ ସମ୍ଭାବନା ନେଇ ପାଦ ଥାପିଲା ବର୍ଷ ୨୦୨୫, ଗାଁରୁ ଗ୍ଲୋବ୍ ସବୁଠି ଉତ୍ସବମୁଖର ପରିବେଶ
ନୂଆବର୍ଷରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ । ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ । ବଡ଼ ଠାକୁରଙ୍କୁ ସହଳ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ବାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି ।