OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା ଗ୍ରାମରେ। ସେ କର୍ଲାମୁଣ୍ଡା ବ୍ଲକ ରାଜସ୍ବ ବିଭାଗରେ ଆର୍‌ଆଇ ଭାବେ କାର୍ଯ୍ୟ କରିବା ସହ ବିଭିନ୍ନ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ। ପ୍ରଥମେ ଓଇଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ଲାମୁଣ୍ଡା ବ୍ଲକରେ ଗୋଷ୍ଠୀ ଶିକ୍ଷା […] The post OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ appeared first on Dharitri Odia News.

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ବିଜୟଲକ୍ଷ୍ମୀ ନାଗଙ୍କ ଘର ହେଉଛି ମ.ରାମପୁର ବ୍ଲକର ଅଲତରା ଗ୍ରାମରେ। ସେ କର୍ଲାମୁଣ୍ଡା ବ୍ଲକ ରାଜସ୍ବ ବିଭାଗରେ ଆର୍‌ଆଇ ଭାବେ କାର୍ଯ୍ୟ କରିବା ସହ ବିଭିନ୍ନ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ। ପ୍ରଥମେ ଓଇଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ଲାମୁଣ୍ଡା ବ୍ଲକରେ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଭାବେ କାର୍ଯ୍ୟରତ ଥିଲେ। ତେବେ ଓଡ଼ିଆ ପ୍ରଶାସନିକ ସେବା ପରୀକ୍ଷାରେ ୨୪୯ ନମ୍ବର ର଼୍ୟାଙ୍କରେ ଉତ୍ତୀର୍ଣ୍ଣ ହୋଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି।

The post OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ appeared first on Dharitri Odia News.