Odisha Budget: ଓଡ଼ିଶା ପାଇଁ ଖୁସିଖବର: ସୁଧମୁକ୍ତ ୫୦ ହଜାର କୋଟି ଋଣ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ରାଜ୍ୟରେ ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ସରକାରଙ୍କ ଠାରୁ ସୁଧମୁକ୍ତ ୫୦ ହଜାର […] The post Odisha Budget: ଓଡ଼ିଶା ପାଇଁ ଖୁସିଖବର: ସୁଧମୁକ୍ତ ୫୦ ହଜାର କୋଟି ଋଣ appeared first on Dharitri Odia News.

Odisha Budget: ଓଡ଼ିଶା ପାଇଁ  ଖୁସିଖବର:  ସୁଧମୁକ୍ତ ୫୦ ହଜାର କୋଟି ଋଣ

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି।
ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ।

ରାଜ୍ୟରେ ସମୃଦ୍ଧି, ଅଭିବୃଦ୍ଧି, ରୋଜଗାର ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କେନ୍ଦ୍ର ସରକାରଙ୍କ ଠାରୁ ସୁଧମୁକ୍ତ ୫୦ ହଜାର କୋଟି ଋଣ ମିଳିଛି। ଭୁବନେଶ୍ବରରେ ଯାନବାହାନ ଭିଡ଼ ରୋକିବାକୁ ୧୩ ହଜାର କୋଟି ରାଜ୍ୟ ସରକାର ବ୍ୟୟ ଅଟକଳ ରଖିଛନ୍ତି। ରାଜ୍ୟ ରାଜପଥକୁ ୪ ଲେନ କରିବାକୁ ନିଷ୍ପତ୍ତି ହୋଇଛି। ନୂଆ କରି ୩ ହଜାର କିମି ରାସ୍ତା ନିର୍ମାଣ କରାଯିବ। ଏଥିପାଇଁ ୬ ହଜାର ୫୦୨ କୋଟି ଟଙ୍କା ବ୍ୟୟ କରାଯିବ। NHAI ପରି ଓଡ଼ିଶା ରାଜ୍ୟ ପ୍ରାଧିକରଣ ସଡ଼କ ସଂସ୍ଥା ଗଠନ ହେବ। ଗ୍ରାମୀଣ ପରିବହନ ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ପରିବହନ ଯୋଜନାରେ ୧ ହଜାର ୮୫ କୋଟି ରାଜ୍ୟ ସରକାର ବୟ ବରାଦ କରିଛନ୍ତି।

ଅନ୍ୟପକ୍ଷେ ଜଳସମ୍ପଦ ବିଭାଗରେ ମୁହାଣ ଖନନ ପାଇଁ ୩୮୬ କୋଟି ବ୍ୟୟ ଅଟକଳ କରାଯାଇଛି। ହୀରାକୁଦ ଡ୍ୟାମ୍‌ର ନବୀକରଣ ପାଇଁ ୮୫୦ କୋଟି ବ୍ୟୟ ବରାଦ ହୋଇଛି। ସେହିପରି ଅନ୍ୟାନ୍ୟ ଡ୍ୟାମ ଉନ୍ନତି ପାଇଁ ୫୭ କୋଟି ଖର୍ଚ୍ଚ ହେବ। ଜଳ ସମସ୍ୟା .ନେଇ ନଳକୂପଗୁଡ଼ିକ ପାଇଁ ବଜେଟ୍‌ରେ ୧୧୫୦ କୋଟି ବ୍ୟୟ ଅଟକଳ ହୋଇଛି।

The post Odisha Budget: ଓଡ଼ିଶା ପାଇଁ ଖୁସିଖବର: ସୁଧମୁକ୍ତ ୫୦ ହଜାର କୋଟି ଋଣ appeared first on Dharitri Odia News.