Odisha Budget: ବଜେଟରେ କୃଷକଙ୍କ ପାଇଁ ବଡ଼ ଘୋଷଣା
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି କରାଯାଇଛି। ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି। ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ […] The post Odisha Budget: ବଜେଟରେ କୃଷକଙ୍କ ପାଇଁ ବଡ଼ ଘୋଷଣା appeared first on Dharitri Odia News.
ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ସିଏମ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି କରାଯାଇଛି। ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି। ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି। ମିଲେଟ ପାଇଁ ଏମଏସ୍ପି ୪୨୯୦ ଟଙ୍କା ବାଦ ଅଧିକ ୨ ଶହ ଟଙ୍କା ମିଳିବ।
ସେହିପରି ମତ୍ସ୍ୟ, ପଶୁପାଳନ ପାଇଁ ୧୯୦୯ କୋଟି ବ୍ୟୟବରାଦ ହୋଇଛି। ଏଥିସହ ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ କରିଛନ୍ତି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି। ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।
The post Odisha Budget: ବଜେଟରେ କୃଷକଙ୍କ ପାଇଁ ବଡ଼ ଘୋଷଣା appeared first on Dharitri Odia News.