OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ଓଆଇଏସ୍ଏଫ୍ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ରହିଛି। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ […] The post OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ appeared first on Dharitri Odia News.
ଭୁବନେଶ୍ୱର, ୧୯ା୪(ସୁନିତ୍ ମିଶ୍ର): ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’(ଓଆଇଏସ୍ଏଫ୍)ର ଆଉ ଏକ ବାଟାଲିଅନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିଅନ ପାଇଁ ସମୁଦାୟ ୧୦୪୦ଟି ପଦବୀ ମଧ୍ୟ ସୃଷ୍ଟି କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଓଆଇଏସ୍ଏଫ୍ରେ ଗୋଟିଏ ବାଟାଲିଅନ କାର୍ଯ୍ୟରତ ଅଛି। ଏହାର ସମୁଦାୟ ପଦବୀ ସଂଖ୍ୟା ୧୮୦୭ ରହିଛି। ନୂଆ ବାଟାଲିଅନ ସୃଷ୍ଟି ହେବା ପରେ ଏଥିରେ ସମୁଦାୟ ୨ଟି ବାଟାଲିଅନ କାର୍ଯ୍ୟ କରିବ। ୨ଟି ବାଟାଲିଅନର ପଦବୀ ସଂଖ୍ୟା ୨୮୪୭ ହେବ।
ରାଜ୍ୟରେ ଶିଳ୍ପ ଅଭିବୃଦ୍ଧି ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରି ପଦକ୍ଷେପ ନେଉଛନ୍ତି। ନୂଆ ନୂଆ ଶିଳ୍ପ ପ୍ରତିଷ୍ଠା ହେବା ସହିତ ଆଗାମୀ ଦିନରେ ଏହି କ୍ଷେତ୍ରରେ ବ୍ୟାପକ ସମ୍ଭାବନା ସୃଷ୍ଟି ହୋଇଛି। ତେଣୁ ଶିଳ୍ପ ପ୍ରତିଷ୍ଠାନ ଓ ବାଣିଜି୍ୟକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନୂଆ ବାଟାଲିଅନ ଗଠନକୁ ମଞ୍ଜୁରୀ ଦେଇଛନ୍ତି।
The post OISFର ହେବ ଆଉ ଏକ ବାଟାଲିଅନ, ୧୦୪୦ ପଦବୀ ଲାଗି ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ appeared first on Dharitri Odia News.