OTET ପରୀକ୍ଷା ବାତିଲ, ଛାତ୍ର ବିଜେଡି ପକ୍ଷରୁ ବିକ୍ଷୋଭ ଜାରି
ଭୁବନେଶ୍ୱର : OTET ପରୀକ୍ଷା ବାତିଲ ଘଟଣାକୁ ନେଇ ବିକ୍ଷୋଭ । ଛାତ୍ର ବିଜେଡି ପକ୍ଷରୁ ମାଧ୍ୟମିକ ଶିକ୍ଷା ପରିଷଦ କଟକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ । ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET ପରୀକ୍ଷା ସ୍ଥଗିତ ରଖିଛି ମାଧ୍ୟମିକ ଶିକ୍ଷା ପରିଷଦ । ପ୍ରଶ୍ନପତ୍ର ଛପାଯିବା ସ୍ଥାନରୁ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ସୂଚନା ମିଳିଛି । ଏହି ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଓଟିଇଟିର ପେପର୍-୧ ଓ ପେପର୍-୨ର ହାତଲେଖା ପ୍ରଶ୍ନ ଓ ତାହାର […] The post OTET ପରୀକ୍ଷା ବାତିଲ, ଛାତ୍ର ବିଜେଡି ପକ୍ଷରୁ ବିକ୍ଷୋଭ ଜାରି appeared first on KNews Odisha.

ଭୁବନେଶ୍ୱର : OTET ପରୀକ୍ଷା ବାତିଲ ଘଟଣାକୁ ନେଇ ବିକ୍ଷୋଭ । ଛାତ୍ର ବିଜେଡି ପକ୍ଷରୁ ମାଧ୍ୟମିକ ଶିକ୍ଷା ପରିଷଦ କଟକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ । ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET ପରୀକ୍ଷା ସ୍ଥଗିତ ରଖିଛି ମାଧ୍ୟମିକ ଶିକ୍ଷା ପରିଷଦ । ପ୍ରଶ୍ନପତ୍ର ଛପାଯିବା ସ୍ଥାନରୁ ହିଁ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ସୂଚନା ମିଳିଛି ।
ଏହି ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଓଟିଇଟିର ପେପର୍-୧ ଓ ପେପର୍-୨ର ହାତଲେଖା ପ୍ରଶ୍ନ ଓ ତାହାର ଉତ୍ତର ଘୁରି ବୁଲୁଛି । ଦୁଇଟି ଯାକ ପେପର୍ର ଅଧିକାଂଶ ପ୍ରଶ୍ନ ଏବଂ ତା’ର ଉତ୍ତର ଓଡ଼ିଆ ଓ ଇଂରାଜୀର ହାତଲେଖା ପ୍ରଶ୍ନ ମୋବାଇଲ୍ରୁ ମୋବାଇଲ୍କୁ ଏବେ ଘୂରୁଥିବା ଦେଖିବାକୁ ମିଳୁଛି । ଭାଇରାଲ୍ ହେଉଥିବା ପ୍ରଶ୍ନପତ୍ର ସତ୍ୟ ବୋଲି ଜଣାପଡ଼ିଛି । ଯାହାକୁ ନେଇ ପରୀକ୍ଷା ବାତିଲ କରାଯାଇଛି ।
ତେବେ ପରୀକ୍ଷା ଆଗରୁ ଫେସ୍ବୁକ୍, ହ୍ଵାଟସ୍ ଆପ୍, ଇନ୍ଷ୍ଟାଗ୍ରାମ୍ ଆଦି ବିଭିନ୍ନ ସୋସିଆଲ୍ ମିଡିଆରେ ହାତ ଲେଖା ପ୍ରଶ୍ନ ବୁଲିବା ଘଟଣାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । କେଉଁ ପରିସ୍ଥିତିରେ ଏବଂ କିଏ ଏପରି ଭାଇରାଲ କଲା ତାହାର କାରଣ ଅସ୍ପଷ୍ଟ ରହିଛି । ଭାଇରାଲ ହେଉଥିବା ପ୍ରଶ୍ନପତ୍ର ସତ୍ୟାସତ୍ୟ ଥିବା ଜଣାପଡ଼ିବା ପରେ ବୋର୍ଡ କର୍ତ୍ତୃପକ୍ଷ ଉକ୍ତ ସ୍ବତନ୍ତ୍ର ଓଟିଇଟିକୁ ବାତିଲ୍ କରିଦେଇଛନ୍ତି । ଏନେଇ ବୋର୍ଡ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟରାତ୍ରରେ ବିଜ୍ଞପ୍ତି ପ୍ରକାଶ କରାଯାଇଛି ।
Also read: ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET exam ସ୍ଥଗିତ, ପରୀକ୍ଷା ପାଇଁ ନୂଆ ତାରିଖ ଘୋଷଣା କରିବ ବୋର୍ଡ
The post OTET ପରୀକ୍ଷା ବାତିଲ, ଛାତ୍ର ବିଜେଡି ପକ୍ଷରୁ ବିକ୍ଷୋଭ ଜାରି appeared first on KNews Odisha.