RathaYatra: ଓଡ଼ିଶା ପାଇଁ ଖୁସି ଖବର, ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ପ୍ରକ୍ରିୟା ଆରମ୍ଭ

ବିଶ୍ୱନିୟନ୍ତାଙ୍କ ରଥଯାତ୍ରାକୁ ବିଶ୍ୱସ୍ତରରେ ପହଞ୍ଚାଇବା ପାଇଁ ଯୁନେସ୍କୋ (UNESCO) ଦ୍ୱାରା ବିଶ୍ୱ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ମାନ୍ୟତା ପ୍ରଦାନ ନେଇ ପ୍ରକ୍ରିୟା ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏନେଇ ନାମାଙ୍କନ ପତ୍ର (Nomination Dossier) ପ୍ରସ୍ତୁତି ପ୍ରକ୍ରିୟା ଚାଲିଛି । ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ।

RathaYatra: ଓଡ଼ିଶା ପାଇଁ ଖୁସି ଖବର, ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ପ୍ରକ୍ରିୟା ଆରମ୍ଭ
Array