Shelter And Safety To Lover: ଏହି ଗାଁରେ ପ୍ରେମୀ ଯୁଗଳଙ୍କୁ ମିଳେ ଆଶ୍ରୟ; ଖାଇବା ଏବଂ ରହିବା ମାଗଣା
ଭାରତରେ ଏପରି ଏକ ସ୍ଥାନ ଅଛି ଯେଉଁଠାରେ ପ୍ରେମୀ ଯୁଗଳଙ୍କୁ ଆଶ୍ରୟ ଦିଆଯାଏ । ଏହି ସ୍ଥାନ ହେଉଛି ହିମାଚଳ ପ୍ରଦେଶର କୁଲୁ ଜିଲ୍ଲାରେ ଅବସ୍ଥିତ ଶାଙ୍ଗଚୁଲ ମହାଦେବ ମନ୍ଦିର । ଦେଶର ବିଭିନ୍ନ ସ୍ଥାନରୁ ପ୍ରେମପକ୍ଷୀମାନେ ଏହି ମନ୍ଦିରକୁ ଆସନ୍ତି। ସେମାନଙ୍କୁ ଏଠାରେ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଦିଆଯିବା ସହ ଖାଦ୍ୟପାନୀୟର ମଧ୍ୟ ବ୍ୟବସ୍ଥା କରାଯାଏ ।