SOTET ପ୍ରଶ୍ନପତ୍ର ଲିକ୍ ମାମଲା, ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ ଟିମ

ରାୟଗଡ଼ା : SOTET (ସ୍ପେଶାଲ ଓଟିଇଟି)  ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଞ୍ଚ୍ ଟିମ ରାୟଗଡ଼ା ଜିଲ୍ଲା ଆମ୍ବଦଳାର ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କରିଛି । ଏହି ମାମଲାର କ୍ରାଇମ ବ୍ରାଞ୍ଚ ତଦନ୍ତ ସମୟରେ ରାୟଗଡ଼ା ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘର ସଭାପତି ତଥା ଡ଼ଙ୍ଗରବୋରି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବିଜୟ ମିଶ୍ରଙ୍କ ସମ୍ପୃକ୍ତି ଥିବା ଜାଣିବାକୁ ପାଇଥିଲା । ସ୍ଥାନୀୟ ପୁଲିସ ସାହାଯ୍ୟରେ କ୍ରାଇମବ୍ରାଞ୍ଚ ବିଜୟଙ୍କୁ ଉଠାଇ ନେଇଥିବା ଜଣାପଡିଛି । ତେବେ […] The post SOTET ପ୍ରଶ୍ନପତ୍ର ଲିକ୍ ମାମଲା, ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ ଟିମ appeared first on KNews Odisha.

SOTET ପ୍ରଶ୍ନପତ୍ର ଲିକ୍ ମାମଲା, ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ ଟିମ
sotet

ରାୟଗଡ଼ା : SOTET (ସ୍ପେଶାଲ ଓଟିଇଟି)  ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଞ୍ଚ୍ ଟିମ ରାୟଗଡ଼ା ଜିଲ୍ଲା ଆମ୍ବଦଳାର ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କରିଛି । ଏହି ମାମଲାର କ୍ରାଇମ ବ୍ରାଞ୍ଚ ତଦନ୍ତ ସମୟରେ ରାୟଗଡ଼ା ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘର ସଭାପତି ତଥା ଡ଼ଙ୍ଗରବୋରି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ବିଜୟ ମିଶ୍ରଙ୍କ ସମ୍ପୃକ୍ତି ଥିବା ଜାଣିବାକୁ ପାଇଥିଲା ।

ସ୍ଥାନୀୟ ପୁଲିସ ସାହାଯ୍ୟରେ କ୍ରାଇମବ୍ରାଞ୍ଚ ବିଜୟଙ୍କୁ ଉଠାଇ ନେଇଥିବା ଜଣାପଡିଛି । ତେବେ କ୍ରାଇମବ୍ରାଞ୍ଚ ତାଙ୍କୁ କେଉଁଠିକି ନେଇଛନ୍ତି ସେନେଇ କୌଣସି ଖବର ମିଳିପାରିନି I ସୂଚନାଯୋଗ୍ୟ, କିଛି ଦିନ ତଳେ ହେବାକୁ ଥିବା ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା କାରଣରୁ ପରୀକ୍ଷା ବାତିଲ କରାଯାଇଥିଲା।

ପ୍ରଶ୍ନପତ୍ର ଲିକ୍ କାରଣରୁ ସ୍ବତନ୍ତ୍ର OTET ପରୀକ୍ଷା ସ୍ଥଗିତ ରଖିଥିଲେ ମାଧ୍ୟମିକ ଶିକ୍ଷା ପରିଷଦ । ଜୁଲାଇ ୨୦ ତାରିଖରେ ଦୁଇଟି ସିଟିଂରେ ପରୀକ୍ଷା ହୋଇଥାନ୍ତା । ସକାଳ ୯ ଟାରୁ ସାଢ଼େ ୧୧ ଟା ଯାଏ ପେପର-୧ ଓ ଦିନ ୨ ଟାରୁ ସାଢ଼େ ୪ ଟା ପର୍ଯ୍ୟନ୍ତ ପେପର-୨ ପରୀକ୍ଷା ହୋଇଥାନ୍ତା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଜଣ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ପରୀକ୍ଷା ଦେଇଥାନ୍ତେ ।

ଏହି ପରୀକ୍ଷା ପୂର୍ବରୁ ସୋସିଆଲ୍ ମିଡିଆରେ ଓଟିଇଟିର ପେପର୍-୧ ଓ ପେପର୍-୨ର ହାତଲେଖା ପ୍ରଶ୍ନ ଓ ତାହାର ଉତ୍ତର ଘୁରି ବୁଲୁଥିବା ଦେଖିବାକୁ ମିଳିଥିଲା । ଦୁଇଟି ଯାକ ପେପର୍‌ର ଅଧିକାଂଶ ପ୍ରଶ୍ନ ଏବଂ ତା’ର ଉତ୍ତର ଓଡ଼ିଆ ଓ ଇଂରାଜୀର ହାତଲେଖା ପ୍ରଶ୍ନ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୂରୁଥିଲା । ଭାଇରାଲ୍ ହେଉଥିବା ପ୍ରଶ୍ନପତ୍ର ସତ୍ୟ ବୋଲି ଜଣାପଡ଼ିବା ପରେ ପରୀକ୍ଷା ବାତିଲ କରାଯାଇଥିଲା ।

 

The post SOTET ପ୍ରଶ୍ନପତ୍ର ଲିକ୍ ମାମଲା, ଶିକ୍ଷକ ବିଜୟ ମିଶ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍ ଟିମ appeared first on KNews Odisha.