State Budget : ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା, ନିର୍ମାଣ ହେବ ୨.୨୫ ଲକ୍ଷ ପକ୍କା ଘର
ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି । ମୁଖ୍ୟମନ୍ତ୍ରୀ ମାଝୀ ବଜେଟ୍ ଅଭିଭାଷଣରେ ଓଡ଼ିଶାକୁ ୨୦୩୬ ସୁଦ୍ଧା ୫୦୦ ବିଲିୟନ ଆମେରିକୀୟ ଡଲାର ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଅର୍ଥନୀତି କରିବାକୁ ଲକ୍ଷ୍ୟ ଥିବା କହିଛନ୍ତି ।ବଜେଟରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି । ମୋହନ ସରକାର ବଜେଟ୍ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତୋଦୟ ଗୃହ ଯୋଜନା' ରାଜ୍ୟ ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।
ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପନ କରୁଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ । ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି । ମୁଖ୍ୟମନ୍ତ୍ରୀ ମାଝୀ ବଜେଟ୍ ଅଭିଭାଷଣରେ ଓଡ଼ିଶାକୁ ୨୦୩୬ ସୁଦ୍ଧା ୫୦୦ ବିଲିୟନ ଆମେରିକୀୟ ଡଲାର ଏବଂ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଅର୍ଥନୀତି କରିବାକୁ ଲକ୍ଷ୍ୟ ଥିବା କହିଛନ୍ତି ।
ବଜେଟରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି । ମୋହନ ସରକାର ବଜେଟ୍ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତୋଦୟ ଗୃହ ଯୋଜନା' ରାଜ୍ୟ ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।