Vigilance Arrest: ଗିରଫ ହେଲେ କୋଟିପତି ବାବୁ, ଘରେ ଥିଲା ୨ କିଲୋ ସୁନା ଓ ୧୭ ଲକ୍ଷ ଟଙ୍କା
୧୭ ଲକ୍ଷ ୫୫ ହଜାରର ନଗଦ ଟଙ୍କା ସହ ୭ ଶହ ଗ୍ରାମର ୩ଟି ସୁନା ବିସ୍କୁଟ ଦେଖି ଜଳକା ହୋଇଯାଇଥିଲା ଭିଜିଲାନ୍ସ ଟିମ୍ । ଭୁବନେଶ୍ବର ମୈତ୍ରୀ ବିହାର ଘରେ ରେଡ୍ ବେଳେ ମିଳିଛି ଏହି ବିପୁଳ ସଂପତ୍ତି । ତେବେ ବାବୁଙ୍କ ସମ୍ପତ୍ତିର ତାଲିକା ଏଇଠି ସରିଯାଇନି । ରେଡ୍ରୁ ଜଣାପଡିଛି ପ୍ରଦୀପଙ୍କର ଭୁବନେଶ୍ବର, ଖୋର୍ଦ୍ଧା ଓ ପୁରୀରେ ରହିଛି ୩ଟି ବହୁତଳ କୋଠା । ସେ କିଣିଛନ୍ତି ୧୧ଟି ପ୍ଲଟ ।