Weather Forecast: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ଭୀଷଣ ବର୍ଷା, ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି
ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୩୦ ତାରିଖ ବେଳକୁ ତାହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଜୁଲାଇ ୩ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି ।