Weather Update: ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ୨୨ରୁ ପ୍ରବଳ ବର୍ଷିବ !

ବାତ୍ୟାର ରୂପ ନେବ କି ନାହିଁ ଆସନ୍ତା ସପ୍ତାହରେ ହେବ ସ୍ପଷ୍ଟ । ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ।

Weather Update: ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ, ୨୨ରୁ ପ୍ରବଳ ବର୍ଷିବ !

ଆସନ୍ତାକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ନେଇ ୱାର୍ଣ୍ଣିଂ ଜାରି ହୋଇଛି।

ଘୂର୍ଣ୍ଣିବଳୟ ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତି ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଏଯାଏଁ ବାତ୍ୟା ଉପରେ କୌଣସି ଆକଳନ କରାଯାଇନଥିବାବେଳେ ଲଘୁଚାପ ସୃଷ୍ଟି ହେବା ପରେ ହିଁ ଚିତ୍ର ସ୍ପଷ୍ଟହେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।