Weather Updates: ଆଜି ବି ହେବ କାଳବୈଶାଖ; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଜି ଓ ଆସନ୍ତାକାଲି ପରେ ତାପମାତ୍ରା କ୍ରମଶଃ ବୃଦ୍ଧି ଘଟିବ । ଆଜି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରାଯାଇଛି। ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।