ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏଁ କାର୍ତିକ ବ୍ରତ
କଟକ : ଚଳିତ ବର୍ଷ ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ। କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ୧୮ […]

କଟକ : ଚଳିତ ବର୍ଷ ପ୍ରସିଦ୍ଧ ବାବା ଧବଳେଶ୍ୱରଙ୍କ ପୀଠରେ କାର୍ତ୍ତିକ ପଞ୍ଚକ ବ୍ରତ ଓ ବଡ଼ଓଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅକ୍ଟୋବର ୧୮ରୁ ନଭେମ୍ବର ୧୫ ଯାଏ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ହେବ। ସେହିପରି ୧୨ ନଭେମ୍ବରରୁ ୧୫ ଯାଏ ୪ ଦିନ ଧରି ପଞ୍ଚକ ବ୍ରତ ପାଳନ କରାଯିବ। କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ୧୮ ଅକ୍ଟୋବର ୨୦୨୪ ଠାରୁ ୧୫ ନଭେମ୍ବର ୨୦୨୪ ପର୍ଯ୍ୟନ୍ତ କାର୍ତ୍ତିକ ବ୍ରତ ପାଳନ କରାଯିବ ।
ସେହିପରି ୧୩ ନଭେମ୍ବର ୨୦୨୪ ତାରିଖ ଧବଳେଶ୍ଵରଙ୍କ ପୀଠରେ ବଡ଼ଓଷା ପାଳନ ହେବ । ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେବେ ବାବା ଧବଳେଶ୍ଵର । ସେହି ଦିନ ୧୩ ନଭେମ୍ବର ମଧ୍ୟରାତ୍ରିରେ ଧବଳେଶ୍ଵରଙ୍କ ନିକଟରେ ପ୍ରସିଦ୍ଧ ଗଜଭୋଗ ଓ ତରଣ ଲାଗିହେବ । ୧୪ ନଭେମ୍ବର ୨୦୨୪ ଭୋରରୁ ଶ୍ରଦ୍ଧାଳୁଙ୍କ ପାଇଁ ଗଜଭୋଗ ବିତରଣ କରାଯିବ । ୧୫ ନଭେମ୍ବର ୨୦୨୪ କାର୍ତ୍ତିକ ବ୍ରତ ସମ୍ପୂର୍ଣ୍ଣ ହେବା ସହିତ ବୋଇତ ଭସାଣ କରାଯିବ ବୋଲି ବୈଠକରେ ନିର୍ଦ୍ଧାରିତ ହୋଇଛି ।