ଅକ୍ଟୋବର ୯ ରେ ମିଳିବ ସୁଭଦ୍ରା ୨ୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୁରଭଞ୍ଜ ଜିଲ୍ଲାର ବାରିପଦା ଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରାୟ […]

ଅକ୍ଟୋବର ୯ ରେ ମିଳିବ ସୁଭଦ୍ରା ୨ୟ ପର୍ଯ୍ୟାୟ ଟଙ୍କା
ଅକ୍ଟୋବର ୯ ରେ ମିଳିବ ୨ୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୁରଭଞ୍ଜ ଜିଲ୍ଲାର ବାରିପଦା ଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ପ୍ରାୟ ୪୦ ଲକ୍ଷ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।

ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ଏକକାଳୀନ ୨ୟ କିସ୍ତି ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା ହୋଇଛି ।

ସୂଚନାଯୋଗ୍ୟ,୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା । ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।