ଅଗଷ୍ଟ ୨୦ ତାରିଖ, ମଙ୍ଗଳବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ - ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ମାଲିମୋକୋଦ୍ଦମାରେ ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଅନେକ ଲାଭର ସୂଚନା ମିଳୁଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।ବୃଷ - ଦୂର ଯାତ୍ରା କରିବାର ଯୋଗ ରହିଛି । ବ୍ୟବସାୟ ଲାଭଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକିଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।ମିଥୁନ- କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖାଦେଇପାରେ । ବ୍ୟବସାୟରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ ।କର୍କଟ- ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ। ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି ପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖା ଦେବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେଇପାରେ ।ସିଂହ- ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ । ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ର ଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।କନ୍ୟା- ଚାକିରିରେ ଉନ୍ନତି ଯୋଗ ଅଛି । ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ

ଅଗଷ୍ଟ ୨୦ ତାରିଖ, ମଙ୍ଗଳବାର; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ

ମେଷ - ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ମାଲିମୋକୋଦ୍ଦମାରେ ଜୟଯୁକ୍ତ ହେବେ । ଆର୍ଥିକ ସ୍ଥିତିରେ ସ୍ଵଚ୍ଛଳତା ଆସିବ । ବ୍ୟବସାୟରେ ଅନେକ ଲାଭର ସୂଚନା ମିଳୁଛି । ଚାକିରିରେ ସ୍ଥାନ ପରିବର୍ତ୍ତନ ହୋଇପାରେ ।

ବୃଷ - ଦୂର ଯାତ୍ରା କରିବାର ଯୋଗ ରହିଛି । ବ୍ୟବସାୟ ଲାଭଜନକ ହେବ। ପରିବାରର ସଂପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଅଟକିଥିବା ଧନ ପ୍ରାପ୍ତି ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ ।

ମିଥୁନ- କିଛି ନୂଆ କାର୍ଯ୍ୟର ଆରମ୍ଭ କରିପାରନ୍ତି । ଜୀବନସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ। ସ୍ଵାସ୍ଥ୍ୟଗତ ସମସ୍ୟା କିଛି ଦେଖାଦେଇପାରେ । ବ୍ୟବସାୟରେ ଉନ୍ନତି ହେବ। ବିଦ୍ୟାର୍ଥୀମାନେ ସଙ୍କୋଚରେ ରହିବେ ।

କର୍କଟ- ଦିନଟି ମିଶ୍ର ଫଳ ଦେବ । କର୍ମ କ୍ଷେତ୍ରରେ ସମସ୍ୟା ଦେଖାଦେବ। ବ୍ୟବସାୟରେ କ୍ଷତି ହେବାର ଯୋଗ ରହିଛି । ପତି ପତ୍ନୀଙ୍କ ଭିତରେ ମନୋମାଳିନ୍ୟ ଦେଖା ଦେବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟା ଦେଖାଦେଇପାରେ ।

ସିଂହ- ଦିନଟି ମଧ୍ୟମ ଫଳ ଦେବ । ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବ । ରାଜନୀତିରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟରେ ଏତେ ଭଲ ଫଳ ମିଳିବ ନାହିଁ । ଛାତ୍ର ଛାତ୍ରୀମାନେ ଗୁରୁଜନଙ୍କ ଆଶୀର୍ବାଦ ନେଇ କାର୍ଯ୍ୟ କରନ୍ତୁ ।

କନ୍ୟା- ଚାକିରିରେ ଉନ୍ନତି ଯୋଗ ଅଛି । ଅଧାରୁ ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ରାଜନୀତିରେ ଉତ୍ତମ ଫଳ ପ୍ରାପ୍ତ ହେବ । ରୋଜଗାର କରୁନଥିବା ବ୍ୟକ୍ତିଙ୍କୁ ଅର୍ଥ ପ୍ରାପ୍ତି ହେବ। ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ଲାଭ କରିବେ ।

ତୁଳା- ଦିନଟି ମିଶ୍ର ଫଳ ପ୍ରଦାନ କରିବ । ନୂତନ ବ୍ୟକ୍ତିଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚର ପରିମାଣ ଅଧିକ ରହିଛି। ଭୂମି, ଗୃହ କରିବା ପାଇଁ ଦିନଟି ଅତ୍ୟନ୍ତ ଭଲ । ଅଟକିଥିବା ଧନ ଅକସ୍ମାତ ପ୍ରାପ୍ତି ହେବାର ଯୋଗ ରହିଛି ।

ବିଛା- ବିଶେଷ ଭାବେ ଭ୍ରମଣର ଯୋଗ ରହିଛି । ବ୍ୟବସାୟ କ୍ଷେତ୍ରରେ ଅନେକ ନୂଆ ନୂଆ ଯୋଜନା ମନକୁ ଆସିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଗତି ହେବ। ପରିବାର ସହ ସମୟ ଅତିବାହିତ କରିବେ । ନିବେଶ ପାଇଁ ମଧ୍ୟ ଦିନଟି ଅନୁକୂଳ ରହିଛି ।

ଧନୁ- ପରିବାରରେ ସୁଖ ସମାଚାର ଶୁଣିବାକୁ ମିଳିବ । ବନ୍ଧୁଙ୍କ ମାଧ୍ୟମରେ ଧନ ଆୟର ଯୋଗ ରହିଛି । ବ୍ୟବସାୟରେ ଅର୍ଥ ନିବେଶ କରିବେ। ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। ବିଦ୍ୟାର୍ଥୀମାନେ ଖୁସି ଖବର ପାଇବେ ।

ମକର- ରାଶି ପାଇଁ ଶ୍ରୀ ଚନ୍ଦ୍ର । କର୍ମ କ୍ଷେତ୍ରରେ ଉନ୍ନତି ହେବ। ନୂଆ ବ୍ୟବସାୟ ଆରମ୍ଭ ପାଇଁ ଦିନଟି ଅନୁକୂଳ ହେବ। ଛାତ୍ର ଛାତ୍ରୀମାନେ ଅଧିକ ପରିଶ୍ରମ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ- ଦିନଟିରେ ଆପଣ କର୍ତ୍ତବ୍ୟ ପରାୟଣ ହୋଇ କାର୍ଯ୍ୟ କରିବେ । ମନୋବଳ ଦୃଢ଼ ରହିବ । ବନ୍ଧୁମାନଙ୍କ ସହ ସମୟ ଅତିବାହିତ କରିବେ। ଜୀବନ ସାଥୀଙ୍କ ସଂପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ସଂକଳ୍ପ ନେବେ ।

ମୀନ- ଚାକିରି କ୍ଷେତ୍ରରେ ସମ୍ମାନ ଓ ପଦୋନ୍ନତିର ଯୋଗ ରହିଛି । ଗୃହକୁ ବନ୍ଧୁଙ୍କ ଆଗମନ ହୋଇପାରେ । ବ୍ୟବସାୟରେ ଲାଭ ଯୋଗ ରହିଛି । ମିଳୁନଥିବା ଧନ ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ଅମନଯୋଗୀ ହୋଇପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।