ଅଗଷ୍ଟ ୨୮ରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ, ଧାର୍ଯ୍ୟହେଲା ଲଗ୍ନ

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିରର ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି। ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହୋଇଛି ଲଗ୍ନ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ଗୁରୁବାର ବିଶୁଦ୍ଧ ତୁଳ ଲଗ୍ନେ ଶୁଭବେଳା ଦିନ ୯ ଘଣ୍ଟା ୪୭ମି ରୁ ୧୧ଘଣ୍ଟା ୧୧ମିନିଟ ମଧ୍ୟରେ ଲାଗି ହେବ ନବାନ୍ନ । […]

ଅଗଷ୍ଟ ୨୮ରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ, ଧାର୍ଯ୍ୟହେଲା ଲଗ୍ନ
nuakhai

ବଲାଙ୍ଗୀର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିରର ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି।

ବଲାଙ୍ଗୀର ଜିଲ୍ଲା ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ଦ୍ୱାରା ଧାର୍ଯ୍ୟ ହୋଇଛି ଲଗ୍ନ । ଆସନ୍ତା ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ଗୁରୁବାର ବିଶୁଦ୍ଧ ତୁଳ ଲଗ୍ନେ ଶୁଭବେଳା ଦିନ ୯ ଘଣ୍ଟା ୪୭ମି ରୁ ୧୧ଘଣ୍ଟା ୧୧ମିନିଟ ମଧ୍ୟରେ ଲାଗି ହେବ ନବାନ୍ନ । ପାଟଣାଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଆନୁଯାଇ ଧାର୍ଯ୍ୟ ହୋଉଛି ଲଗ୍ନ। ପାଟଣା ଷ୍ଟେଟ ହାଉସ୍ ହୋଲଡ ଅଫିସ ପକ୍ଷରୁ ଲଗ୍ନ ଜାରି ହେବା ନେଇ ରାଜ ପୁରୋହିତ ସନ୍ତୋଷ କୁମାର ଦାସ ସୂଚନା ଦେଇଛନ୍ତି।

4c6b3730 1933 48c0 affb 0bfa0f21c61d