ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ

ଭୁବନେଶ୍ୱର(କେନ୍ୟୁଜ୍‌): ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ । ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। […] The post ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ appeared first on KNews Odisha.

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ
cm

ଭୁବନେଶ୍ୱର(କେନ୍ୟୁଜ୍‌): ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ । ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ।

ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ State Organ & Tissues Transplant Organization ପ୍ରତିଷ୍ଠା କରିଛନ୍ତି।ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି। ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

The post ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ appeared first on KNews Odisha.