ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ା୬: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ବୁଧବାର ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ କାର୍ଯ୍ୟର ସଫଳତା, ଯୋଜନା ଓ ଆହ୍ବାନ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର […] The post ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୦ା୬: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳା ଶିଶୁ ବିଭାଗର ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ବୁଧବାର ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ କାର୍ଯ୍ୟର ସଫଳତା, ଯୋଜନା ଓ ଆହ୍ବାନ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ଓ ତୃଣମୂଳ ସ୍ତରର ସମସ୍ୟାକୁ ପୁଙ୍ଖାନୁପୁଙ୍ଖ ଭାବେ ବୁଝିବା ସହିତ ବିଭିନ୍ନ ବିଭାଗର ସହଭାଗିତାରେ ସମସ୍ୟାର ସମାଧାନ କରି କିପରି କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇପାରିବ, ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ। ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ ଦେଇ ଅଙ୍ଗନଓ୍ବାଡ଼ି ସଦସ୍ୟଙ୍କୁ ରେଗୁଲାର ତାଲିମ ଓ ବୀମା ସୁବିଧା ଯୋଗାଇ ଦେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଛତୁଆ ଓ ଅନ୍ୟାନ୍ୟ ଖାଦ୍ୟ ପ୍ରସ୍ତୁତିକୁ ନିୟମିତ ଯାଞ୍ଚ କରିବା ସହ ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଏଥି ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ଦ୍ୱାରା‘ଯୋଗ’କୁ ମା’ମାନଙ୍କ ପାଖରେ ପହଞ୍ଚାଇବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
The post ଅଙ୍ଗନଓ୍ବାଡ଼ିର ବିକାଶ ହେଲେ ଉଭୟ ମା’-ଶିଶୁଙ୍କର ହେବ ବିକାଶ: ଉପମୁଖ୍ୟମନ୍ତ୍ରୀ appeared first on Dharitri Odia News.