ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହୋଇଛି। ଶିଶୁ ବିକାଶ କ୍ଷେତ୍ରରେ ମଧ୍ୟ ଏକ ବଡ଼ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ ଅଗଷ୍ଟ ୧୫ ତାରିଖ ସୁଦ୍ଧା ରାଜ୍ୟର […] The post ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା appeared first on Dharitri Odia News.
ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋଟ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ଯାହାକି ଗତ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା ହୋଇଛି।
ଶିଶୁ ବିକାଶ କ୍ଷେତ୍ରରେ ମଧ୍ୟ ଏକ ବଡ଼ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ ଅଗଷ୍ଟ ୧୫ ତାରିଖ ସୁଦ୍ଧା ରାଜ୍ୟର ଅଙ୍ଗନବାଡ଼ି କେନ୍ଦ୍ରରେ ନାମ ଲେଖାଇଥିବା,୧୬ ଲକ୍ଷ ୯୫ ହଜାର ପ୍ରାକ ସ୍କୁଲ ପିଲାଙ୍କୁ ମାଳତୀ ଦେବୀ ପ୍ରାକ ବିଦ୍ୟାଳୟ ପରିଧାନ ଯୋଜନାରେ ୟୁନିଫର୍ମ ପ୍ରଦାନ କରାଯିବ। ଏହି ଯୋଜନା ପାଇଁ ୮୫ କୋଟି ଟଙ୍କା ବ୍ୟୟ ବରାଦ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
The post ଅଙ୍ଗନବାଡ଼ି ପିଲାଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା appeared first on Dharitri Odia News.