ଅଜଣା ଗାଡି ଧକ୍କାରେ ୨ବାଇକ ଆରୋହୀ ମୃତ
ବାରିପଦା: ଅଜଣା ଗାଡି ଧକ୍କାରେ ଚାଲିଗଲା ୨ବାଇକ ଆରୋହୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ରାସ୍ତା ଉପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ୨ଆହତଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାକୁ ଅଣାଯାଇଥିଲା । ମାତ୍ର ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ମୃତକ ଦ୍ବୟଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ପରିଚୟ […]

ବାରିପଦା: ଅଜଣା ଗାଡି ଧକ୍କାରେ ଚାଲିଗଲା ୨ବାଇକ ଆରୋହୀଙ୍କ ଜୀବନ । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ନିକଟ ୪୯ନଂ ଜାତୀୟ ରାଜପଥର ଦୁଆରଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ରାସ୍ତା ଉପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିବା ୨ଆହତଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନାକୁ ଅଣାଯାଇଥିଲା । ମାତ୍ର ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ମୃତକ ଦ୍ବୟଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିନାହିଁ । ପରିଚୟ ମିଳିବା ପରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି । ଘଟଣାସ୍ଥଳରେ ପୁଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଛି ।
ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ଏକ ବାଇକ୍ରେ ଦୁଇ ଜଣ ଯୁବକ ୪୯ ନମ୍ୱର ଜାତୀୟ ରାଜପଥରେ ଯାଉଥିବା ସମୟରେ କୌଣସି ଏକ ଅଜଣା ଗାଡି ଉଭୟଙ୍କୁ ଧକ୍କା ଦେଇ ପଳାଇଥିଲା। ଫଳରେ ଉଭୟଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଖୋଜି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।