ଅଜିତ ପାୱାରଙ୍କୁ ଶକ୍ତ ଝଟକା, ଦଳ ଛାଡ଼ିଲେ ୪ ନେତା
ଫତେଗଡ ୧୭/୦୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କୁ ଶକ୍ତ ଝଟକା । କାରଣ ତାଙ୍କ ଦଳର ୪ ତୁଙ୍ଗ ନେତା ଦେଇଦେଇଛନ୍ତି ଇସ୍ତଫା । ସେମାନେ ଖୁବ୍ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ଦଳର ପିମ୍ପରି- ଚିଞ୍ଚୱାଡ ୟୁନିଟର ସଦସ୍ୟ ବୋଲି ଜଣାପଡିଛି। ସେମାନେ ହେଲେ ଏନସିପିର ପିମ୍ପରି- ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହ୍ୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର । ସୂଚନା ଅନୁଯାୟୀ, ମହାରାଷ୍ଟ୍ରର ଭୋସାରି ବିଧାନସଭା ସିଟ୍ ହାତେଇବା ନିମନ୍ତେ ଅଜିତ ଗହ୍ୱାନେ ରେସ୍ରେ ଥିଲେ ମଧ୍ୟ ଶେଷରେ ତାଙ୍କୁ ନିରାଶ ହେବାକୁ ପଡ଼ିଛି । ଏଥିପାଇଁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି । ସେମାନେ ସମସ୍ତେ ଶରଦ ପାୱାରଙ୍କ ଏନସିପିରେ ସାମିଲ ହେବାକୁ ଉଦ୍ୟମ ଆରମ୍ଭ କରିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଗତବର୍ଷ ଜୁଲାଇ ମାସରେ ଅଜିତ ପାୱାର ଏନସିପିର ଅଧିକାଂଶ ବିଧାୟକଙ୍କୁ ଧରି ବିଜେପି ଓ ସିନ୍ଦେ ସରକାରରେ ସାମିଲ ହୋଇଥିଲେ। ଅଜିତ ପାୱାରଙ୍କୁ ମଧ୍ୟ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା । ମାତ୍ର ମହାରାଷ୍ଟ୍ର ଲୋକସଭା ନିର୍ବାଚନରେ ବିଜେପି ନେତ୍ୱାଧୀନ ଏନଡିଏର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାଜ୍ୟରେ ରାଜନୀତିରେ ହଟଚମଟ ଆରମ୍ଭ ହୋଇ ଯାଇଥିଲା।
ଫତେଗଡ ୧୭/୦୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କୁ ଶକ୍ତ ଝଟକା । କାରଣ ତାଙ୍କ ଦଳର ୪ ତୁଙ୍ଗ ନେତା ଦେଇଦେଇଛନ୍ତି ଇସ୍ତଫା । ସେମାନେ ଖୁବ୍ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ଦଳର ପିମ୍ପରି- ଚିଞ୍ଚୱାଡ ୟୁନିଟର ସଦସ୍ୟ ବୋଲି ଜଣାପଡିଛି। ସେମାନେ ହେଲେ ଏନସିପିର ପିମ୍ପରି- ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହ୍ୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର ।
ସୂଚନା ଅନୁଯାୟୀ, ମହାରାଷ୍ଟ୍ରର ଭୋସାରି ବିଧାନସଭା ସିଟ୍ ହାତେଇବା ନିମନ୍ତେ ଅଜିତ ଗହ୍ୱାନେ ରେସ୍ରେ ଥିଲେ ମଧ୍ୟ ଶେଷରେ ତାଙ୍କୁ ନିରାଶ ହେବାକୁ ପଡ଼ିଛି । ଏଥିପାଇଁ ସେ ଦଳରୁ ଇସ୍ତଫା ଦେଇଥିବା କୁହାଯାଉଛି । ସେମାନେ ସମସ୍ତେ ଶରଦ ପାୱାରଙ୍କ ଏନସିପିରେ ସାମିଲ ହେବାକୁ ଉଦ୍ୟମ ଆରମ୍ଭ କରିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।
ଗତବର୍ଷ ଜୁଲାଇ ମାସରେ ଅଜିତ ପାୱାର ଏନସିପିର ଅଧିକାଂଶ ବିଧାୟକଙ୍କୁ ଧରି ବିଜେପି ଓ ସିନ୍ଦେ ସରକାରରେ ସାମିଲ ହୋଇଥିଲେ। ଅଜିତ ପାୱାରଙ୍କୁ ମଧ୍ୟ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ପଦ ମିଳିଥିଲା । ମାତ୍ର ମହାରାଷ୍ଟ୍ର ଲୋକସଭା ନିର୍ବାଚନରେ ବିଜେପି ନେତ୍ୱାଧୀନ ଏନଡିଏର ନୈରାଶ୍ୟଜନକ ପ୍ରଦର୍ଶନ ପରେ ରାଜ୍ୟରେ ରାଜନୀତିରେ ହଟଚମଟ ଆରମ୍ଭ ହୋଇ ଯାଇଥିଲା।