ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ଏହା ଗଭୀର ଅବପାତ ଅବପାତର ରୂପ ନେବ। ଫଳରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ […] The post ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ appeared first on Dharitri Odia News.

ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୬ା୧୦: ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ବାତ୍ୟା ‘ଦାନା’। ଉତ୍ତର ଓଡ଼ିଶାରେ ସକ୍ରିୟ ଥିବାରୁ ପ୍ରଭାବରେ ଅତିପ୍ରବଳ ବର୍ଷା ଆଶଙ୍କା ରହିଛି। ଆଗାମୀ ୧୨ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ଏହା ଗଭୀର ଅବପାତ ଅବପାତର ରୂପ ନେବ। ଫଳରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ।

ତେବେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଓ କଟକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ଅନୁଗୋଳ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ୨୭ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଥିବାବେଳେ ଏଥିପାଇଁ ବାଲେଶ୍ୱର ଓ ମୟୂରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

The post ଅତିପ୍ରବଳ ବର୍ଷା ଆଶଙ୍କା: ୪ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ appeared first on Dharitri Odia News.