ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।

ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

* ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ
* ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି
* CAPF ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ
* ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି
* ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି
* ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି
* ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା
* ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା
* ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା
* ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା