ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ
ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ ସଞ୍ଜୟ ଦାସବର୍ମା, ବରିଷ୍ଠ ମିଡିଆ ସଂଯୋଜକ ପ୍ରତାପ ଜେନା, ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଯୁବ ସଭାପତି ବ୍ୟୋମକେଶ ରାୟ ଏହି ଅଭିଯୋଗ […] The post ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ appeared first on Dharitri Odia News.
ଭୁବନେଶ୍ୱର,୩ା୧(ଅନିଲ ଦାସ): ଅତ୍ୟାବଶ୍ୟକ ଜିନିଷର ଅହେତୁକ ଦରବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି ଓ ରାଜ୍ୟ ସରକାର ଦରଦାମ୍ ନିୟନ୍ତ୍ରଣ କରିବାରେ ବିଫଳ ହୋଇଛନ୍ତି ବୋଲି ବିଜେଡି ଅଭିଯୋଗ ଆଣିଛି। ଶଙ୍ଖଭବନଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟି ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ ସଞ୍ଜୟ ଦାସବର୍ମା, ବରିଷ୍ଠ ମିଡିଆ ସଂଯୋଜକ ପ୍ରତାପ ଜେନା, ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ ଯୁବ ସଭାପତି ବ୍ୟୋମକେଶ ରାୟ ଏହି ଅଭିଯୋଗ ଆଣିବା ସହ ଅହେତୁକ ଦରବୃଦ୍ଧି ବିରୋଧରେ ଆସନ୍ତା ୬ରେ ଲୋକସେବା ଭବନ ସମ୍ମୁଖରେ ଏକ ଗଣବିକ୍ଷୋଭ କରାଯିବ ବୋଲି ସୂଚନା ଦେଇଛନ୍ତି।
ଦେବୀ ପ୍ରସାଦ ମିଶ୍ର କହିଛନ୍ତି, ଡବଲ ଇଞ୍ଜିନ ଡବଲ ବିକାଶର ନାରା ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟରେ ଆସିଥିବା ଭାଜପା ସରକାର ଦରଦାମ୍ ନିୟନ୍ତ୍ରଣ ଓ ଅର୍ଥନୀତିର ସୁପରିଚାଳନା କ୍ଷେତ୍ରରେ ବିଫଳ ହୋଇଛନ୍ତି। ମୁଦ୍ରାସ୍ଫୀତି ବୃଦ୍ଧିରେ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ନିୟମିତ ଭାବେ କମିଚାଲିଥିବା ବେଳେ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିଚାଲିଛି। ସେହିଭଳି ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣରେ ରଖିବାକ୍ଷେତ୍ରରେ ଉଭୟ କେନ୍ଦ୍ର ସରକାର ଏବଂ ଓଡ଼ିଶା ସମେତ ଭାଜପା ଶାସିତ ରାଜ୍ୟ ସରକାରମାନେ ବିଫଳ ହୋଇଛନ୍ତି। ଆଉ ଦରଦାମ୍ ବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଥିବାବେଳେ ସରକାରଙ୍କ ପକ୍ଷରୁ ଏହାକୁ ରୋକିବା ଲାଗି କୌଣସି ଆନ୍ତରିକତା ଦେଖିବାକୁ ମିଳୁନାହିଁ ବୋଲି ଦେବୀ କହିଛନ୍ତି।
The post ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦ ୬ରେ ବିଜେଡିର ଗଣବିକ୍ଷୋଭ appeared first on Dharitri Odia News.