ଅଧିକ ଦକ୍ଷ ହେବ ବିଡିଏ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା, ୬୭ ନୂତନ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍‌): ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା । ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ASI ଏବଂ ୬୦ଟି କନେଷ୍ଟବଳ ପଦବୀକୁ ଅନୁମୋଦନ ମିଳିଛି। ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି BDA। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ […] The post ଅଧିକ ଦକ୍ଷ ହେବ ବିଡିଏ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା, ୬୭ ନୂତନ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ଅଧିକ ଦକ୍ଷ ହେବ ବିଡିଏ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା, ୬୭ ନୂତନ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
bda

ଭୁବନେଶ୍ୱର (କେନ୍ୟୁଜ୍‌): ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା । ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଗୋଟିଏ ଆସିଷ୍ଟାଣ୍ଟ କମିଶନର, ୬ଟି ASI ଏବଂ ୬୦ଟି କନେଷ୍ଟବଳ ପଦବୀକୁ ଅନୁମୋଦନ ମିଳିଛି।

ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି BDA। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଏବଂ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷଙ୍କ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା।

ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଏନ୍‌ଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ତଥା ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି। ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ।

The post ଅଧିକ ଦକ୍ଷ ହେବ ବିଡିଏ ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା, ୬୭ ନୂତନ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.