ଅଧିକାରୀଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ: ସମସ୍ୟାର ତ୍ୱରିତ ସମାଧାନ କରନ୍ତୁ…
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭେଡେନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା […] The post ଅଧିକାରୀଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ: ସମସ୍ୟାର ତ୍ୱରିତ ସମାଧାନ କରନ୍ତୁ… appeared first on Dharitri Odia News.
ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ଭେଡେନ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲାପାଳ ଗୋୟଲ ଏବଂ ଆରକ୍ଷୀ ଅଧ୍ୟକ୍ଷ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ ଉପଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ନିରୂପମା ଷଡଙ୍ଗୀ ଏବଂ ବ୍ଲକ ଅଧ୍ୟକ୍ଷା ସୁପ୍ରଭା ମହାଲିଙ୍ଗ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାଶନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୬୨ ଗୋଟି ଅଭିଯୋଗ ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ, ୧୭ ଗୋଟି ସାମୁହିକ ଅଭିଯୋଗ ଏବଂ ଶୁଣାଣି ସମୟରେ ସେଥିମଧ୍ୟରୁ ୧ ଗୋଟି ଅଭିଯୋଗର ତତ୍କ୍ଷଣାତ ସମାଧାନ କରି ଅନ୍ୟ ସମସ୍ତ ସମସ୍ୟା ଗୁଡିକର ତୁରନ୍ତ ସମାଧାନ କରିବା ପାଇଁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
The post ଅଧିକାରୀଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ: ସମସ୍ୟାର ତ୍ୱରିତ ସମାଧାନ କରନ୍ତୁ… appeared first on Dharitri Odia News.