ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା  ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍‌ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି।  ଭିନ୍ନକ୍ଷମ ଓ ଅସହାୟ ଅବସ୍ଥାଦ୍‌ରେ ଥିବା ପରିବାର ଓ ବ୍ୟକ୍ତିଙ୍କୁ ପ୍ରାଥମିକତା ଭିତ୍ତିରେ ଚୟନ କରି ଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ରାଇକିଆ ବ୍ଲକରୁ ୧୦୩ ଜଣଙ୍କୁ ଏହି  ଯୋଜନାରେ […] The post ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ appeared first on Dharitri Odia News.

ଅନ୍ତ୍ୟୋଦୟ  ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ରାଇକିଆ,୩୦।୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା  ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ଦ୍ୱାରା ଏହି ଯୋଜନାର ରାଜ୍ୟସ୍ତରୀୟ ଉଦ୍‌ଘାଟନ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ କରଯାଇଛି।  ଭିନ୍ନକ୍ଷମ ଓ ଅସହାୟ ଅବସ୍ଥାଦ୍‌ରେ ଥିବା ପରିବାର ଓ ବ୍ୟକ୍ତିଙ୍କୁ ପ୍ରାଥମିକତା ଭିତ୍ତିରେ ଚୟନ କରି ଗୃହ ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଉଅଛି ।
ଏହି ପରିପ୍ରେକ୍ଷୀରେ ରାଇକିଆ ବ୍ଲକରୁ ୧୦୩ ଜଣଙ୍କୁ ଏହି  ଯୋଜନାରେ ସାମିଲ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯାଇଅଛି ।  କାର୍ଯ୍ୟକ୍ରମରେ ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ବିଧାୟକ ପ୍ରତିନିଧି ତାରିଣୀ ପରିଛା, ବ୍ଲକ ଅଧ୍ୟକ୍ଷ ପ୍ରିତମ ପ୍ରଧାନ, ବିଡିଓ ସବ୍ୟସାଚୀ ସାହୁ, ତହସିଲଦାର ବରିୟାଲ ମୁର୍ମୁ, ଭାଜପା ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ସହକାରୀ ଯନ୍ତ୍ରୀ ବଣ୍ଟି ଚୌଧୁରୀ, ଏବିଡିଓ ଦିବ୍ୟସିଂହ କହଁର, ବିଭିନ୍ନ ପଞ୍ଚାୟତରୁ ଆସିଥିବା ସରପଞ୍ଚ ଓ ସମିତି ସଭ୍ୟମାନେ ଯୋଗ ଦେଇଥିଲେ । ବ୍ଲକ ପ୍ରୋଗ୍ରାମ କୋର୍ଡିନେଟର କମଲ ନାୟକ, ଓଏଲଏମ ବିପିଏମ ଜୟଦେବ ପ୍ରଧାନ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

The post ଅନ୍ତ୍ୟୋଦୟ ଗୃହ ଯୋଜନା ଶୁଭାରମ୍ଭ,  ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ appeared first on Dharitri Odia News.